ରାଜଧାନୀ ଜଗିବେ ୧୭ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ଆଜି ଦୀପାବଳି। ହେଲେ ମହାମାରୀ କରୋନା ପାଇଁ ଏଥର ଏହି ଆଲୋକର ପର୍ବ ଫିକା ପଡ଼ିବାକୁ ଯାଉଛି। ବାଣ ଫୁଟାଇ ଧୁମ୍‌ଧାମ୍‌ରେ ଦୀପାବଳି ପାଳନ ଉପରେ ରୋକ ଲଗାଯାଇଛି। କେବଳ ଦୀପ ଜାଳିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେବା ସହ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏହି ପରିପ୍ରେକ୍ଷୀରେ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷିତ ଦୀପାବଳି ପାଳନ ପାଇଁ କଟକଣା ଲାଗୁ କରାଯାଇଛି। ଏଥିସହ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଜଧାନୀର ସୁରକ୍ଷାକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ୧୭ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଯଦି କେହି ବେଆଇନ ଭାବେ ବାଣ ବିକ୍ରି କରନ୍ତି ବା ଫୁଟାନ୍ତି, ତେବେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହା ନଜରକୁ ଆସିଲେ ତୁରନ୍ତ ଟୋଲ୍‌ ଫ୍ରି ନଂ.୧୦୦ରେ ଜଣାଇବାକୁ ଡିସିପି ଉମାଶଙ୍କର ଦାଶ ରାଜଧାନୀବାସୀଙ୍କୁ ନିବେଦନ କରିଛନ୍ତି।
ସରକାରଙ୍କ ଗାଇଡ୍‌ଲାଇନ୍‌ ଅନୁସାରେ, ରାସ୍ତାରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ସେହିଭଳି ବାଣ ଦୋକାନ ଖୋଲିବା ଉପରେ ରୋକ ଲଗାଯାଇଛି। ଏହାକୁ କଡାକଡି ପାଳନ କରିବାକୁ ଡିସିପି ଦାସ ସମସ୍ତ ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କରୋନା କଟକଣା ଭିତରେ ରାଜଧାନୀବାସୀ ଯେପରି ଜାରି ହୋଇଥିବା ଗାଇଡ୍‌ଲାଇନ୍‌ ମାନି ଖୁସି ଓ ଆନନ୍ଦରେ ଦୀପାବଳି ପାଳନ କରିବେ, ସେଥିପ୍ରତି ଗୁରୁତ୍ୱ ଦେବାକୁ କହିଛନ୍ତି।

 

ଦକ୍ଷିଣ କାଳୀପୀଠରେ ୧୪୪ ଧାରା

ସାକ୍ଷୀଗୋପାଳ, ୧୪ ।୧୧(ଡି.ଏନ୍‌.ଏ): ଚଳିତବର୍ଷ କୋଭିଡ୍‌ କଟକଣା ଓ ଭିଡ଼କୁ ଦୃଷ୍ଟିରେ ରଖି ବୀରଗୋବିନ୍ଦପୁରସ୍ଥିତ ଦକ୍ଷିଣ କାଳୀପୀଠରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଶୁକ୍ରବାର ସତ୍ୟବାଦୀ ତହସିଲଦାର ମନୋଜ କୁମାର ନାୟକ ଏହି ସୂଚନା ଦେଇ କହିଛନ୍ତି, ଶନିବାର କାଳୀପୂଜା ଓ ରବିବାର ଭସାଣି ପାଇଁ ଗହଳି ହେବାର ସମ୍ଭାବନା ରହିଛି। ଭିଡ଼ ଏଡ଼ାଇବା ପାଇଁ ଉକ୍ତ ଦୁଇଦିନ ୧୪୪ ଧାରା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri