ପ୍ଲାଟିନମ୍‌ ଜୁବିଲି ପାଳନ କରିବ ରାଜଧାନୀ, ୩ଦିନ ଧରି ଚାଲିବ ପ୍ରତିଷ୍ଠା ଉତ୍ସବ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଏପ୍ରିଲ ୧୩ରୁ ୧୫ ତାରିଖ ୩ଦିନ ଧରି ପାଳନ ହେବ ରାଜଧାନୀ ପ୍ରତିଷ୍ଠା ଉତ୍ସବ। ଚଳିତବର୍ଷ ରାଜଧାନୀ ପ୍ରତିଷ୍ଠାର ୭୫ବର୍ଷ ପୂର୍ତ୍ତି ହେଉଥିବାରୁ ଏହାକୁ ପ୍ଲାଟିନମ୍‌ ଜୁବିଲି ଉତ୍ସବ ଭାବେ ବର୍ଣ୍ଣାଢ୍ୟ ଢଙ୍ଗରେ ପାଳନ କରାଯିବ। ଏନେଇ ବୁଧବାର କ୍ୟାପିଟାଲ ହାଇସ୍କୁଲ ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ପ୍ରତିଷ୍ଠା ଉତ୍ସବରେ ଭୁବନେଶ୍ୱରର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ୭୫ ପ୍ଲାଟୁନ ଛାତ୍ରୀଛାତ୍ର ଏଥିରେ ଅଂଶଗ୍ରହଣ କରିବେ। ପ୍ରତି ଦଳରେ ୩୨ ଜଣ ଛାତ୍ରୀଛାତ୍ର କଲେଜ ଓ ସ୍କୁଲ ୟୁନିଫର୍ମ ସହ ଯୋଗଦେବେ। ସେହିପରି ଶିଳାନ୍ୟାସ ଫଳକ ଓ ଉତ୍ସବ ସ୍ଥଳର ସାଜସଜ୍ଜା, ବିଦ୍ୟାଳୟ, ମହାବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଗୋଷ୍ଠୀଗତ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗିତା ଆୟୋଜିତ ହେବ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୧୩ଜଣ ବ୍ୟକ୍ତି ବିଶେଷଙ୍କୁ ‘ରାଜଧାନୀ ଗୌରବ ସମ୍ମାନ’ ପ୍ରଦାନ କରାଯିବ। ସେହିପରି ବିଭିନ୍ନ ସରକାରୀ ଉଦ୍ୟୋଗ, ବେସରକାରୀ ଅନୁଷ୍ଠାନ ଏବଂ ରାଜଧାନୀରେ ଥିବା ବିଭିନ୍ନ ସ୍କୁଲ ଓ କଲେଜ କୋଠାକୁ ଆଲୋକମାଳାରେ ସଜ୍ଜିତ କରାଯିବ। ଏଥିସହ ଉତ୍ସବରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ପ୍ରାୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଏ ସମସ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ଅନୁଷ୍ଠିତ କରାଯିବା ନେଇ ବିଭିନ୍ନ ଉପ-କମିଟି ଗଠନ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ପ୍ରତିଷ୍ଠା ଦିବସ ଉତ୍ସବ ପାଳନ ପାଇଁ ବିଏମ୍‌ସି ସ୍ତରରେ ବୈଠକ କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ଅନ୍ୟମାନଙ୍କ ମଧ୍ୟରେ ବୈଠକରେ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ସଭାପତି ତଥା ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ, ସାଧାରଣ ସମ୍ପାଦକ ସନତ ମିଶ୍ର, ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ କୁମାର ସ୍ବାଇଁ, ଉପ ଜିଲାପାଳ ଦେବବ୍ରତ ସାହୁ, ଭୁବନେଶ୍ୱର ବିଡିଓ ସମ୍ପଦ କୁମାର ଦଳାଇ , ଏନ୍‌ସିସି ଗ୍ରୁପ୍‌ କମାଣ୍ଡାଣ୍ଟ, ଲେଫ୍ଟନାଣ୍ଟ କର୍ନେଲ ଏସ୍‌.କେ.ମିଶ୍ର, ଟ୍ରାଫିକ ଏସିପି ସ୍ବସ୍ତିକ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri