ପ୍ଲାଟିନମ୍‌ ଜୁବିଲି ପାଳନ କରିବ ରାଜଧାନୀ, ୩ଦିନ ଧରି ଚାଲିବ ପ୍ରତିଷ୍ଠା ଉତ୍ସବ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଏପ୍ରିଲ ୧୩ରୁ ୧୫ ତାରିଖ ୩ଦିନ ଧରି ପାଳନ ହେବ ରାଜଧାନୀ ପ୍ରତିଷ୍ଠା ଉତ୍ସବ। ଚଳିତବର୍ଷ ରାଜଧାନୀ ପ୍ରତିଷ୍ଠାର ୭୫ବର୍ଷ ପୂର୍ତ୍ତି ହେଉଥିବାରୁ ଏହାକୁ ପ୍ଲାଟିନମ୍‌ ଜୁବିଲି ଉତ୍ସବ ଭାବେ ବର୍ଣ୍ଣାଢ୍ୟ ଢଙ୍ଗରେ ପାଳନ କରାଯିବ। ଏନେଇ ବୁଧବାର କ୍ୟାପିଟାଲ ହାଇସ୍କୁଲ ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ପ୍ରତିଷ୍ଠା ଉତ୍ସବରେ ଭୁବନେଶ୍ୱରର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ୭୫ ପ୍ଲାଟୁନ ଛାତ୍ରୀଛାତ୍ର ଏଥିରେ ଅଂଶଗ୍ରହଣ କରିବେ। ପ୍ରତି ଦଳରେ ୩୨ ଜଣ ଛାତ୍ରୀଛାତ୍ର କଲେଜ ଓ ସ୍କୁଲ ୟୁନିଫର୍ମ ସହ ଯୋଗଦେବେ। ସେହିପରି ଶିଳାନ୍ୟାସ ଫଳକ ଓ ଉତ୍ସବ ସ୍ଥଳର ସାଜସଜ୍ଜା, ବିଦ୍ୟାଳୟ, ମହାବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଗୋଷ୍ଠୀଗତ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗିତା ଆୟୋଜିତ ହେବ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୧୩ଜଣ ବ୍ୟକ୍ତି ବିଶେଷଙ୍କୁ ‘ରାଜଧାନୀ ଗୌରବ ସମ୍ମାନ’ ପ୍ରଦାନ କରାଯିବ। ସେହିପରି ବିଭିନ୍ନ ସରକାରୀ ଉଦ୍ୟୋଗ, ବେସରକାରୀ ଅନୁଷ୍ଠାନ ଏବଂ ରାଜଧାନୀରେ ଥିବା ବିଭିନ୍ନ ସ୍କୁଲ ଓ କଲେଜ କୋଠାକୁ ଆଲୋକମାଳାରେ ସଜ୍ଜିତ କରାଯିବ। ଏଥିସହ ଉତ୍ସବରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ପ୍ରାୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଏ ସମସ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ଅନୁଷ୍ଠିତ କରାଯିବା ନେଇ ବିଭିନ୍ନ ଉପ-କମିଟି ଗଠନ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ପ୍ରତିଷ୍ଠା ଦିବସ ଉତ୍ସବ ପାଳନ ପାଇଁ ବିଏମ୍‌ସି ସ୍ତରରେ ବୈଠକ କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ଅନ୍ୟମାନଙ୍କ ମଧ୍ୟରେ ବୈଠକରେ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ସଭାପତି ତଥା ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ, ସାଧାରଣ ସମ୍ପାଦକ ସନତ ମିଶ୍ର, ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ କୁମାର ସ୍ବାଇଁ, ଉପ ଜିଲାପାଳ ଦେବବ୍ରତ ସାହୁ, ଭୁବନେଶ୍ୱର ବିଡିଓ ସମ୍ପଦ କୁମାର ଦଳାଇ , ଏନ୍‌ସିସି ଗ୍ରୁପ୍‌ କମାଣ୍ଡାଣ୍ଟ, ଲେଫ୍ଟନାଣ୍ଟ କର୍ନେଲ ଏସ୍‌.କେ.ମିଶ୍ର, ଟ୍ରାଫିକ ଏସିପି ସ୍ବସ୍ତିକ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri