Posted inଖେଳ

୬ ମାସର ଝିଅକୁ କାଖରେ ଧରି ମ୍ୟାଚ୍‌ ଖେଳିବାକୁ ଷ୍ଟାଡିୟମକୁ ଆସିଲେ ଅଧିନାୟିକା

ଖ୍ରୀଷ୍ଟଚର୍ଚ୍ଚ,୬।୩: କୌଣସି ମହିଳା ଖେଳାଳିଙ୍କ ମା ହେବା ପରେ ଖେଳକୁ ଫେରିବା ସହଜ କଥା ନୁହେଁ। ସମୟ ସମୟରେ, ଅନେକ କ୍ରୀଡ଼ାରେ ମହିଳାମାନେ ମା’ ହେବା ପରେ ଟ୍ରାକ୍‌କୁ ଫେରି ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ଏବେ ନ୍ୟୁଜିଲାଣ୍ଡରେ ମହିଳା ବିଶ୍ୱକପ ୨୦୨୨ ଆୟୋଜିତ ହେଉଛି। ବିଶ୍ୱକପରେ ପାକିସ୍ତାନ ଦଳର ଅଧିନାୟକ ବିସମା ମାରୋଫ ତାଙ୍କ ୬ ମାସର ଝିଅ ସହିତ ନ୍ୟୁଜିଲାଣ୍ଡରେ ପହଞ୍ଚିଛନ୍ତି। ଭାରତ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପାଇଁ ବିସମା ରବିବାର ମାଙ୍ଗୁନିରେ ପହଞ୍ଚିବା ପରେ ତାଙ୍କ ଝିଅ ସହ ନଜର ଆସିଥିଲେ।
ଆଇସିସି ଏହାର ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡେଲରେ ବିସମାଙ୍କ ଏକ ଫଟୋ ଶେୟାର କରିଛି। ଫଟୋରେ ସେ ତାଙ୍କ ଝିଅ ସହିତ ନଜର ଆସିଛନ୍ତି। ଆଇସିସି ଫଟୋର କ୍ୟାପସନ ଲେଖିଛି, ଭାରତ ବିପକ୍ଷ ମ୍ୟାଚ ପାଇଁ ପ୍ରସ୍ତୁତ ପାକିସ୍ତାନ ଅଧିନାୟକ। ଏହି ଫଟୋ ଦେଖିବା ପରେ ପ୍ରଶଂସକମାନେ ଭିନ୍ନ ମନ୍ତବ୍ୟ ଦେଉଛନ୍ତି। ଜଣେ ପ୍ରଶଂସକ ଏହାକୁ ୨୦୨୨ ବର୍ଷର ସର୍ବୋତ୍ତମ ଫଟୋ ବୋଲି କହିଥିବା ବେଳେ ଅନ୍ୟ ଜଣେ ଲେଖିଛନ୍ତି ‘ସୁପର ରବିବାର।’ ସେହିପରି ଜଣେ ପ୍ରଶଂସକ ଏହାକୁ ସବୁଠାରୁ ଉତ୍ସର୍ଗୀକୃତ ମାତା ବୋଲି କହିଥିଲେ। ଅଗଷ୍ଟ ୨୦୨୧ରେ ବିସମା ମା’ ହୋଇଥିଲେ।
ଗର୍ଭାବସ୍ଥାରେ ବିସମା କ୍ରିକେଟରୁ ଅବସର ନେବାକୁ ଯାଉଥିଲେ। ମା’ ହେବା ପରେ କ୍ରିକେଟ ପଡ଼ିଆକୁ ଫେରିବା କେବଳ ପାକିସ୍ତାନର ମହିଳା କ୍ରିକେଟରଙ୍କ ପାଇଁ ନୁହେଁ, ବରଂ ପ୍ରତ୍ୟେକ ଦେଶର ଖେଳାଳିଙ୍କ ପାଇଁ ପ୍ରେରଣା ହୋଇପାରେ। ପାରିବାରିକ ସମର୍ଥନ, ଖେଳ ପ୍ରତି ଭଲପାଇବା ବିସମାଙ୍କୁ ପଡ଼ିଆକୁ ଫେରିବାର କାରଣ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri