Posted inଖେଳ

ଲାଇଭ୍‌ ମ୍ୟାଚ୍‌ ସମୟରେ ରାଗିଗଲେ ଅଧିନାୟକ: ଅମ୍ପାୟାରଙ୍କ ସହ କଲେ ଝଗଡ଼ା

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପରେ ଭାରତ ବନାମ ନ୍ୟୁଜିଲାଣ୍ଡ ମ୍ୟାଚରେ ଏକ ମଜାଦାର ଘଟଣା ଘଟିଛି। ଭାରତୀୟ ଅଧିନାୟକ ହରମାନପ୍ରୀତ କୌର ଅମ୍ପାୟାରଙ୍କ ସହ ଝଗଡା କରିଥିଲେ। ଏହି ମାମଲା କିଓ୍ବି ବ୍ୟାଟ୍ସମ୍ୟାନ ଆମେଲିଆ କେରଙ୍କ ସହ ଜଡିତ। ସେ ୧୪ ତମ ଓଭରରେ ଆଉଟ ହୋଇଥିଲେ ମଧ୍ୟ ଅମ୍ପାୟାରମାନେ ତାଙ୍କୁ ଆଉଟ୍‌ ଦେଇ ନ ଥିଲେ। ଏହି କାରଣରୁ, ହରମାନପ୍ରୀତ କ୍ରୋଧରେ ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିଥିଲେ, ଯେଉଁ କାରଣରୁ ମ୍ୟାଚ କିଛି ସମୟ ପାଇଁ ବନ୍ଦ ହୋଇଯାଇଥିଲା।

ଦୀପ୍ତି ଶର୍ମା ଚତୁର୍ଦ୍ଦଶ ଓଭରରେ ଭାରତ ପାଇଁ ବୋଲିଂ କରୁଥିଲେ ଏବଂ ଓଭରର ଶେଷ ବଲରେ ଆମେଲିଆ କେର ଗୋଟିଏ ରନ ସ୍କୋର କରିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ସେ ଦ୍ୱିତୀୟ ରନ ସ୍କୋର କରିବାକୁ ଚେଷ୍ଟା କରୁଥିବାବେଳେ ହରମାନପ୍ରୀତ ଉଇକେଟକିପର ରିଚା ଘୋଷଙ୍କ ନିକଟକୁ ବଲ ଫିଙ୍ଗିଥିଲେ। ରିଚା ତରନ୍ତ ଷ୍ଟମ୍ପ୍‌ରେ ବଲ୍‌ ମାରିଥିଲେ। ଭାରତ ରନ ଆଉଟ ସେଲିବ୍ରେଶନ ପାଳନ କରୁଥିବାବେଳେ କେର ମଧ୍ୟ ପାଭିଲିୟନକୁ ଫେରିବା ଆରମ୍ଭ କରିଥିଲେ, କିନ୍ତୁ ପରେ ଅମ୍ପାୟାର କେରଙ୍କୁ ଡାକିଥିଲେ।

ହରମାନପ୍ରୀତ ଏହି ନିଷ୍ପତ୍ତିକୁ ବିରୋଧ କରିଥିଲେ ତେଣୁ ସେ କ୍ରୋଧରେ ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିଥିଲେ। ଅନ୍ୟପକ୍ଷରେ ଟିମ ଇଣ୍ଡିଆର ମୁଖ୍ୟ କୋଚ ଅମୁଲ ମଜୁମଦାର ମଧ୍ୟ କଣ ଚାଲିଛି ସେ ନେଇ ଦ୍ୱନ୍ଦ୍ୱରେ ପଡ଼ିଥିଲେ। ଭାରତର ଅଧିନାୟକ ହରମାନପ୍ରୀତ, ଉପ-ଅଧିନାୟକ ସ୍ମୃତି ମନ୍ଧନା ଏବଂ କୋଚ ମଧ୍ୟ ଏହି ପ୍ରସଙ୍ଗରେ ତୃତୀୟ ଅମ୍ପାୟାରଙ୍କ ସହ କଥାବାର୍ତ୍ତା ହୋଇଥିବା ଦେଖିବାକୁ ମିଳିଥିଲା।

https://x.com/TheGame_26/status/1842226797104030171


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri