Posted inଖେଳ

ଲାଇଭ୍‌ ମ୍ୟାଚ୍‌ ସମୟରେ ରାଗିଗଲେ ଅଧିନାୟକ: ଅମ୍ପାୟାରଙ୍କ ସହ କଲେ ଝଗଡ଼ା

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପରେ ଭାରତ ବନାମ ନ୍ୟୁଜିଲାଣ୍ଡ ମ୍ୟାଚରେ ଏକ ମଜାଦାର ଘଟଣା ଘଟିଛି। ଭାରତୀୟ ଅଧିନାୟକ ହରମାନପ୍ରୀତ କୌର ଅମ୍ପାୟାରଙ୍କ ସହ ଝଗଡା କରିଥିଲେ। ଏହି ମାମଲା କିଓ୍ବି ବ୍ୟାଟ୍ସମ୍ୟାନ ଆମେଲିଆ କେରଙ୍କ ସହ ଜଡିତ। ସେ ୧୪ ତମ ଓଭରରେ ଆଉଟ ହୋଇଥିଲେ ମଧ୍ୟ ଅମ୍ପାୟାରମାନେ ତାଙ୍କୁ ଆଉଟ୍‌ ଦେଇ ନ ଥିଲେ। ଏହି କାରଣରୁ, ହରମାନପ୍ରୀତ କ୍ରୋଧରେ ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିଥିଲେ, ଯେଉଁ କାରଣରୁ ମ୍ୟାଚ କିଛି ସମୟ ପାଇଁ ବନ୍ଦ ହୋଇଯାଇଥିଲା।

ଦୀପ୍ତି ଶର୍ମା ଚତୁର୍ଦ୍ଦଶ ଓଭରରେ ଭାରତ ପାଇଁ ବୋଲିଂ କରୁଥିଲେ ଏବଂ ଓଭରର ଶେଷ ବଲରେ ଆମେଲିଆ କେର ଗୋଟିଏ ରନ ସ୍କୋର କରିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ସେ ଦ୍ୱିତୀୟ ରନ ସ୍କୋର କରିବାକୁ ଚେଷ୍ଟା କରୁଥିବାବେଳେ ହରମାନପ୍ରୀତ ଉଇକେଟକିପର ରିଚା ଘୋଷଙ୍କ ନିକଟକୁ ବଲ ଫିଙ୍ଗିଥିଲେ। ରିଚା ତରନ୍ତ ଷ୍ଟମ୍ପ୍‌ରେ ବଲ୍‌ ମାରିଥିଲେ। ଭାରତ ରନ ଆଉଟ ସେଲିବ୍ରେଶନ ପାଳନ କରୁଥିବାବେଳେ କେର ମଧ୍ୟ ପାଭିଲିୟନକୁ ଫେରିବା ଆରମ୍ଭ କରିଥିଲେ, କିନ୍ତୁ ପରେ ଅମ୍ପାୟାର କେରଙ୍କୁ ଡାକିଥିଲେ।

ହରମାନପ୍ରୀତ ଏହି ନିଷ୍ପତ୍ତିକୁ ବିରୋଧ କରିଥିଲେ ତେଣୁ ସେ କ୍ରୋଧରେ ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିଥିଲେ। ଅନ୍ୟପକ୍ଷରେ ଟିମ ଇଣ୍ଡିଆର ମୁଖ୍ୟ କୋଚ ଅମୁଲ ମଜୁମଦାର ମଧ୍ୟ କଣ ଚାଲିଛି ସେ ନେଇ ଦ୍ୱନ୍ଦ୍ୱରେ ପଡ଼ିଥିଲେ। ଭାରତର ଅଧିନାୟକ ହରମାନପ୍ରୀତ, ଉପ-ଅଧିନାୟକ ସ୍ମୃତି ମନ୍ଧନା ଏବଂ କୋଚ ମଧ୍ୟ ଏହି ପ୍ରସଙ୍ଗରେ ତୃତୀୟ ଅମ୍ପାୟାରଙ୍କ ସହ କଥାବାର୍ତ୍ତା ହୋଇଥିବା ଦେଖିବାକୁ ମିଳିଥିଲା।

https://x.com/TheGame_26/status/1842226797104030171


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri