Posted inଖେଳ

୧୧୨ କିଲୋ ଓଜନର କ୍ରିକେଟର୍‌ଙ୍କ ଚୟନକୁ ନେଇ ରାଗିଲେ ଅଧିନାୟକ

ଇସଲାମାବାଦ,୧୭।୩: ପାକିସ୍ତାନ ଦଳରେ ସର୍ବଦା ପ୍ରତିଭା ସମ୍ପନ୍ନ ଖେଳାଳି ଥାନ୍ତି। କିନ୍ତୁ ଏହା ସତ୍ତ୍ୱେ ଏହି ଦଳ ଭଲ ପ୍ରଦର୍ଶନ କରିବାରେ ସକ୍ଷମ ହୋଇପାରୁନାହିଁ। ଦଳ ଚୟନ ଯୋଗୁ ଏଭଳି ହେଉଥିବା ପୂର୍ବତନ କ୍ରିକେଟର୍‌ମାନେ ମତ ଦେଇଛନ୍ତି। ନିକଟରେ ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ପାକିସ୍ତାନର ଦଳ ଚୟନ କରାଯାଇଛି, ଯାହାକୁ ନେଇ ଅନେକ ବିତର୍କ ଚାଲିଛି। ସମ୍ପ୍ରତି ଅଧିନାୟକ ବାବର ଆଜାମ ଦଳର ଚୟନ ଉପରେ ପ୍ରଶ୍ନ କରିଛନ୍ତି ଏବଂ ମୁଖ୍ୟ କୋଚ ମିସବାହ ଉଲ ହକ ମଧ୍ୟ ଖେଳାଳି ଚୟନକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ୧୧୨ କିଲୋ ଓଜନ ବିଶିଷ୍ଟ କ୍ରିକେଟର ଶରଜିଲ ଖାନଙ୍କ ଚୟନରେ ମିସବା-ଉଲ-ହକ ଅସନ୍ତୁଷ୍ଟ ଅଛନ୍ତି। ଖବର ଅନୁଯାୟୀ, ଶରଜିଲ ଖାନଙ୍କ ଫିଟନେସରେ ପାକିସ୍ତାନର ମିସବା ଖୁସି ନୁହଁନ୍ତି। ପାକିସ୍ତାନ ସୁପର ଲିଗର ଷଷ୍ଠ ସିଜନରେ ଶରଜିଲ୍‌ ଖାନ ଚମତ୍କାର ପ୍ରଦର୍ଶନ କରିଥିଲେ। ୫ଟି ମ୍ୟାଚରେ ସେ ୨୦୦ ରନ ସ୍କୋର କରିଥିଲେ ଏବଂ ତାଙ୍କର ଷ୍ଟ୍ରାଇକ ହାର ୧୭୦ ରୁ ଅଧିକ ଥିଲା। ଏହି ପ୍ରଦର୍ଶନ ଆଧାରରେ ପାକିସ୍ତାନ ଦଳରେ ୩୧ ବର୍ଷୀୟ ବ୍ୟାଟ୍ସମ୍ୟାନ ଶରଜିଲ୍‌ଙ୍କୁ ଚୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri