ଦ୍ରୁତ ଗତିରେ ଆସି ଘରେ ପଶିଗଲା କାର୍‌, ଆଉ ତା’ ପରେ…

ଲଣ୍ଡନ,୨୫ା୧୧: ବ୍ରିଟେନର ଜଣେ ଯୁବକ ଦ୍ରୁତଗତିରେ ଏକ କାର୍‌ ଚଳାଇ ଏକ ଘର ଭିିତରେ ପଶିଗଲେ। ଯେତେବେଳେ ବାହାରକୁ ଆସିଲେ, ସେତେବେଳେ ଘରର ମୁଖ୍ୟ ଦ୍ୱାର କବାଟ ଭାଙ୍ଗି ତାଙ୍କ କାର୍‌ରେ ଲାଖି ରହିଥିଲା। ଏହି ଘଟଣା ଜଣା ପଡ଼ିବା ପରେ ତାଙ୍କୁ ଗିରଫ କରାଯାଇଥିଲା।

ଓ୍ବେଷ୍ଟ୍‌ ୟାର୍କଶାୟର୍‌ ପୋଲିସର ସୂଚନାନୁସାରେ, ଡ୍ୟୁସବେରୀସ୍ଥିତ ଏକ ଘର ଭିତରକୁ ଯୁବକ ଜଣକ ଏକ ଅଡିକାର୍‌ ପୂରାଇ ଦେଇଥିଲେ। ଫଳରେ ଘରର ଆଗ କବାଟ ତାଙ୍କ କାର୍‌ର ଓ୍ବିଣ୍ଡୋସିଲ୍ଡ ଭିତରକୁ ପଶି ଯାଇଥିଲା, ଅଜଣା ଯୁବକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପରେ ତାଙ୍କୁ ଗିରଫ କରାଯାଇଥିଲା।

ମଦ୍ୟପାନ କିମ୍ବା ଡ୍ରଗ୍ସ କାରଣରୁ ଗାଡ଼ି ଚଳାଇବା ସନ୍ଦେହରେ ଗାଡ଼ିଚାଳକଙ୍କୁ ଗିରଫ କରାଯାଇଥିଲା। ଏହି ସମୟରେ ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମରେ ଏହି ଅଜବ ଘଟଣା ଭାଇରାଲ ହୋଇଥିଲା। ଲୋକମାନେ ଏପରି ପ୍ରତିକ୍ରିୟା ଦେଇଛନ୍ତି। ଜଣେ ଟ୍ବିଟର ବ୍ୟବହାରକାରୀ କହିଛନ୍ତି, ‘ସମ୍ପୂର୍ଣ୍ଣ ନିର୍ଦ୍ଦୋଷ। ଜଣାଯାଉଛି ତାଙ୍କୁ ଫସାଇ ଦିଆଯାଇଛି।

ତେବେ ଡ୍ରାଇଭର ଗୁରୁତର ହୋଇନାହାନ୍ତି। ପୋଲିସର ମୁଖପାତ୍ର କହିଛନ୍ତି ଯେ, ତାଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସେ ସୁସ୍ଥ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri