ଘର ଭିତରକୁ ମାଡିଗଲା କାର୍‌: ମହିଳାଙ୍କ ଜୀବନ ଗଲା, ସ୍ବାମୀ-ପୁଅ ଗୁରୁତର

ଖଡିଆଳ,୯।୧:ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଗଡରାମୁଣ୍ଡା ଗ୍ରାମରେ ଶନିବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ରାସ୍ତା କଡରେ ଥିବା ଘର ଭିତରକୁ ମାଡିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନମିତା ହଂସ (୩୪)। ଏହି ଦୁର୍ଘଟଣାରେ ମୃତା ମହିଳାଙ୍କ ସ୍ବାମୀ ଓ ପୁଅ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି ।
ସୂଚନା ଯୋଗ୍ୟ, ନୂଆପଡ଼ା ଜିଲା ବୋଡେନରୁ ଖଡିଆଳ ଅଭିମୁଖେ ଆସୁଥିବା ଏକ କାର୍‌ (ନଂ.ଓଡି୦୩ଏଚ/୧୩୨୩) ଗଡରାମୁଣ୍ଡା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଘର ଉପରକୁ ମାଡି ଯାଇଥିଲା। ଫଳରେ ଉକ୍ତ ଘର ପାଖରେ ଥିବା ନମିତା, ତାଙ୍କ ସ୍ବାମୀ ନରେଶ ଏବଂ ଲଳିତ(୮) ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ତୁରନ୍ତ ଉଦ୍ଧାର କରି ଚିକିତ୍ସା ପାଇଁ ଖଡିଆଳ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ନମିତାଙ୍କ ମୃତ୍ୟୁ ଘଟିଥିଲା। ନରେଶଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ନୂଆପଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବର ପ୍ରଚାରିତ ହେବା ପରେ ଉତ୍ତ୍ୟକ୍ତ ଗ୍ରାମବାସୀ ମୃତାହତଙ୍କ ପରିବାରକୁ କ୍ଷତିପୂରଣ ଦାବି କରି ବୋଡେନ-ଖଡିଆଳ ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ଖଡିଆଳ ଅତିରିକ୍ତ ତହସିଲଦାର ତପନ କୁମାର ନାୟକ, ଆଇଆଇସି କୈଳାସ ଚନ୍ଦ୍ର ସେଠୀ ପହଞ୍ଚି ଆନ୍ଦୋଳନାକରୀଙ୍କୁ ବୁଝାଶୁଝା କରିଥିଲେ। ହେଲେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?