ଘର ଭିତରକୁ ମାଡିଗଲା କାର୍‌: ମହିଳାଙ୍କ ଜୀବନ ଗଲା, ସ୍ବାମୀ-ପୁଅ ଗୁରୁତର

ଖଡିଆଳ,୯।୧:ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଗଡରାମୁଣ୍ଡା ଗ୍ରାମରେ ଶନିବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ରାସ୍ତା କଡରେ ଥିବା ଘର ଭିତରକୁ ମାଡିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନମିତା ହଂସ (୩୪)। ଏହି ଦୁର୍ଘଟଣାରେ ମୃତା ମହିଳାଙ୍କ ସ୍ବାମୀ ଓ ପୁଅ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି ।
ସୂଚନା ଯୋଗ୍ୟ, ନୂଆପଡ଼ା ଜିଲା ବୋଡେନରୁ ଖଡିଆଳ ଅଭିମୁଖେ ଆସୁଥିବା ଏକ କାର୍‌ (ନଂ.ଓଡି୦୩ଏଚ/୧୩୨୩) ଗଡରାମୁଣ୍ଡା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଘର ଉପରକୁ ମାଡି ଯାଇଥିଲା। ଫଳରେ ଉକ୍ତ ଘର ପାଖରେ ଥିବା ନମିତା, ତାଙ୍କ ସ୍ବାମୀ ନରେଶ ଏବଂ ଲଳିତ(୮) ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ତୁରନ୍ତ ଉଦ୍ଧାର କରି ଚିକିତ୍ସା ପାଇଁ ଖଡିଆଳ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ନମିତାଙ୍କ ମୃତ୍ୟୁ ଘଟିଥିଲା। ନରେଶଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ନୂଆପଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବର ପ୍ରଚାରିତ ହେବା ପରେ ଉତ୍ତ୍ୟକ୍ତ ଗ୍ରାମବାସୀ ମୃତାହତଙ୍କ ପରିବାରକୁ କ୍ଷତିପୂରଣ ଦାବି କରି ବୋଡେନ-ଖଡିଆଳ ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ଖଡିଆଳ ଅତିରିକ୍ତ ତହସିଲଦାର ତପନ କୁମାର ନାୟକ, ଆଇଆଇସି କୈଳାସ ଚନ୍ଦ୍ର ସେଠୀ ପହଞ୍ଚି ଆନ୍ଦୋଳନାକରୀଙ୍କୁ ବୁଝାଶୁଝା କରିଥିଲେ। ହେଲେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri