୩ ମାସ ଧରି ଘରେ ଅଛି କାର୍‌, ଅନ୍‌ଲାଇନ୍‌ରେ ଫାଇନ୍‌ ଆସିଛି ୩୦୦୦ ଟଙ୍କା

ଭଦ୍ରକ ଅଫିସ,୪ା୭: ଆରଟିଓ ଏବଂ ପୋଲିସ ବିଭାଗର ଅଜବ ନିୟମ। ଦୀର୍ଘ ତିନି ମାସ ଧରି ଘରେ ଥିବା ଏକ କାର୍‌ ଉପରେ ଲାଗିଛି ୩ ହଜାର ଟଙ୍କା ଫାଇନ୍‌। ଯାହାକୁ ନେଇ ଏବେ ଚିନ୍ତାରେ କାର୍‌ ମାଲିକ।


ସୂଚନାନୁଯାୟୀ, ଭଦ୍ରକ ଜିଲା ତିହିଡ଼ି ବ୍ଲକ ଗୁଆମାଳ କୁବେରା ଗ୍ରାମରେ ରହୁଥିବା ସହିଦ ନଗର କଲେଜର ଅଧ୍ୟାପକ ପ୍ରଦୀପ କୁମାର କରଙ୍କ ଏକ କାର୍‌ ଯାହାର ନମ୍ବର ଓଡି-୨୨ପି ୫୨୧୯ ଦୀର୍ଘ ତିନି ମାସ ଧରି ଘରୁ ପଦାକୁ ବାହାରିନି। ହେଲେ ଗତ ୨୫ ତାରିଖରେ ଏକ ମେସେଜ୍‌ ଯୋଗେ ପ୍ରଦୀପ କର ଜାଣିବାକୁ ପାଇଲେ ତାଙ୍କ କାର୍‌ ଉପରେ ସିଟ୍‌ ବେଲ୍ଟ ଓ ଅନ୍ୟାନ୍ୟ କାରଣ ପାଇ ୩ ହଜାର ଟଙ୍କାର ଫାଇନ କାଟିଛି ପୋଲିସ। ତେବେ ପୋଲିସ କିଭଳି ଓ କାହିଁକି ଏହି ଫାଇନ କାଟିଲା ତାକୁ ନେଇ ଏବେ ଚିନ୍ତାରେ ଅଧ୍ୟାପକ ପ୍ରଦୀପ କର। ସେପଟେ ପୋଲିସ ଓ ଆରଟିଓ ବିଭାଗର ଖାମଖିଆଲ ମନୋଭାବ ଯୋଗୁ ଏଭଳି ଫାଇନ ଲାଗିଥିବା ଅଭିଯୋଗ ଆଣିବା ସହିତ ଘରେ ରହିଥିବା କାର୍‌ ଉପରେ ଫାଇନ କରିବା କିପରି ସମ୍ଭବ ହୋଇପାରିଲା ଏହାର ଯାଞ୍ଚ ପାଇଁ ଜିଲାପାଳ ଏସ୍‌ପି ଓ ଆରଟିଓଙ୍କୁ ଟୁଇଟ୍‌ କରିଛନ୍ତି ଅଧ୍ୟାପକ ପ୍ରଦୀପ କର।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri