Posted inଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ପଛରେ ପିଟିହେଲା କାର୍‌, ଚାଲିଗଲା ଗୋଟିଏ ପରିବାରର ୫ ଜୀବନ

ନୂଆଦିଲ୍ଲୀ,୧୦ା୧୧: ଗ୍ରେଟର ନୋଏଡା ଏକ୍ସପ୍ରେସଓ୍ବେରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଯେଉଁଥିରେ ୩ ଜଣ ମହିଳା ଏବଂ ୨ ଜଣ ପୁରୁଷ ଅଛନ୍ତି। ନୋଏଡାଠାରୁ ପରୀଚୌକ୍‌ ଯିବାବେଳେ ଏହି ଦୁର୍ଘଟଣା ଘଟିଥିଲା।

ଏହି ଘଟଣା ଗ୍ରେଟର ନୋଏଡା ନଲେଜ ପାର୍କ ପୋଲିସ ଥାନା ଅଞ୍ଚଳର ଅଟେ। ପରୀଚୌକ୍‌ ଯାଉଥିବା ଏକ କାର୍‌ ଗ୍ରେଟର ନୋଏଡା ଏକ୍ସପ୍ରେସଓ୍ବେରେ ପଛରୁ ପାର୍କିଂ ହୋଇଥିବା ଏକ ଟ୍ରକରେ ଚଢ଼ି ଯାଇ ଏହି ଦୁର୍ଘଟଣାରେ ପରିବାରର ୫ ଜଣଙ୍କର ମୃତ୍ୟୁ ଘଟିଛି। ବହୁ ଚେଷ୍ଟା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବାହାର କରି ପୋଷ୍ଟମର୍ଟମ ପାଇଁ ପଠାଇଥିଲା।

ଏହି ଦୁର୍ଘଟଣା ସମ୍ପର୍କରେ ଏଡିସିପି ଗ୍ରେଟର ନୋଏଡା ଅଶୋକ କୁମାର କହିଛନ୍ତି, ଆଜି ସକାଳେ ଏକ ଦ୍ରୁତ ଗତିରେ ଆସୁଥିବା କାର୍‌ ନଲେଜ ପାର୍କ ଥାନା ଅଞ୍ଚଳର ସେକ୍ଟର ୧୪୬ ନିକଟ ପଛରୁ ଏକ ଖରାପ ପାର୍କିଂ ଟ୍ରକ୍‌କୁ ଧକ୍କା ଦେଇଥିଲା। ଯେଉଁଥିରେ ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଏବଂ ଅନ୍ୟ ଚାରି ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତରମାନେ ସେମାନଙ୍କୁ ମଧ୍ୟ ମୃତ ଘୋଷଣା କରିଥିଲେ।

ତେବେ ପରିବାର ସଦସ୍ୟଙ୍କ ଅଭିଯୋଗ ଉପରେ ଏକ ମାମଲା ରୁଜୁ ହୋଇଛି। କ୍ଷତିଗ୍ରସ୍ତ ଯାନଗୁଡ଼ିକୁ ରାଜପଥରୁ ହଟାଇ ଦିଆଯାଇଛି ଏବଂ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri