Posted inଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ପଛରେ ପିଟିହେଲା କାର୍‌, ଚାଲିଗଲା ଗୋଟିଏ ପରିବାରର ୫ ଜୀବନ

ନୂଆଦିଲ୍ଲୀ,୧୦ା୧୧: ଗ୍ରେଟର ନୋଏଡା ଏକ୍ସପ୍ରେସଓ୍ବେରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଯେଉଁଥିରେ ୩ ଜଣ ମହିଳା ଏବଂ ୨ ଜଣ ପୁରୁଷ ଅଛନ୍ତି। ନୋଏଡାଠାରୁ ପରୀଚୌକ୍‌ ଯିବାବେଳେ ଏହି ଦୁର୍ଘଟଣା ଘଟିଥିଲା।

ଏହି ଘଟଣା ଗ୍ରେଟର ନୋଏଡା ନଲେଜ ପାର୍କ ପୋଲିସ ଥାନା ଅଞ୍ଚଳର ଅଟେ। ପରୀଚୌକ୍‌ ଯାଉଥିବା ଏକ କାର୍‌ ଗ୍ରେଟର ନୋଏଡା ଏକ୍ସପ୍ରେସଓ୍ବେରେ ପଛରୁ ପାର୍କିଂ ହୋଇଥିବା ଏକ ଟ୍ରକରେ ଚଢ଼ି ଯାଇ ଏହି ଦୁର୍ଘଟଣାରେ ପରିବାରର ୫ ଜଣଙ୍କର ମୃତ୍ୟୁ ଘଟିଛି। ବହୁ ଚେଷ୍ଟା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବାହାର କରି ପୋଷ୍ଟମର୍ଟମ ପାଇଁ ପଠାଇଥିଲା।

ଏହି ଦୁର୍ଘଟଣା ସମ୍ପର୍କରେ ଏଡିସିପି ଗ୍ରେଟର ନୋଏଡା ଅଶୋକ କୁମାର କହିଛନ୍ତି, ଆଜି ସକାଳେ ଏକ ଦ୍ରୁତ ଗତିରେ ଆସୁଥିବା କାର୍‌ ନଲେଜ ପାର୍କ ଥାନା ଅଞ୍ଚଳର ସେକ୍ଟର ୧୪୬ ନିକଟ ପଛରୁ ଏକ ଖରାପ ପାର୍କିଂ ଟ୍ରକ୍‌କୁ ଧକ୍କା ଦେଇଥିଲା। ଯେଉଁଥିରେ ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଏବଂ ଅନ୍ୟ ଚାରି ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତରମାନେ ସେମାନଙ୍କୁ ମଧ୍ୟ ମୃତ ଘୋଷଣା କରିଥିଲେ।

ତେବେ ପରିବାର ସଦସ୍ୟଙ୍କ ଅଭିଯୋଗ ଉପରେ ଏକ ମାମଲା ରୁଜୁ ହୋଇଛି। କ୍ଷତିଗ୍ରସ୍ତ ଯାନଗୁଡ଼ିକୁ ରାଜପଥରୁ ହଟାଇ ଦିଆଯାଇଛି ଏବଂ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri