ଡିଭାଇଡରରେ ପିଟି ହେଲା କାର୍‌: ଜଣେ ମୃତ, ୫ ଆହତ

ଗଞ୍ଜାମ,୨୯ା୮(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଗସ୍ତିନୂଆଗାଁ ଛକ ନିକଟରେ ସୋମବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି କାର୍‌ ଦୁର୍ଘଟଣାରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ଦେବରାଜ (୩୨)ବର୍ଷ। ଖବର ପାଇ ଗଞ୍ଜାମ ଥନା ଆଇଆଇସି ସୁଦୀପ୍ତ କୁମାର ସାହୁ, ଏସ୍‌ଆଇ ନାରାୟଣ କହଁର, ମହିଳା ଏସ୍‌ଆଇ ସୁପ୍ରଭା ସାହୁ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ମେଡିକାଲ ପଠାଇବା ବ୍ୟବସ୍ଥା କରିଥିଲେ। ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଆହତମାନଙ୍କ ମଧ୍ୟରୁ ଦୁଇ ଜଣ ଗୁରୁତର ଥିବା ଜଣାପଡ଼ିଛି l ଆହତମାନେ ହେଲେ ଅର୍କ ସରକାର,ସନଓ୍ବଜ, ସୁରଜ କୁମାର ମହାନ୍ତ, ସର୍ଭେସ ମହାନ୍ତ, କୁମାର ଜନ୍ମେଜୟ ବୋଲି ଜଣାପଡ଼ିଛି।  ମୃତକ ଏବଂ ଆହତ୍‌ମାନେ ସମସ୍ତେ ଅଣ ଓଡ଼ିଆ। ସେମାନଙ୍କ ଘର ଝାଡ଼ଖଣ୍ଡ। ସେମାନେ ଭୁବନେଶ୍ୱର ଆଇଆରଟି ଇଞ୍ଜିନିୟର ସ୍କୁଲ ଛାତ୍ର। ଗତକାଲି ଅର୍ଥାତ ରବିବାର ଏକ କାର୍‌ ନଂ ଓଡି ୦୨ ବିଡବ୍ଲ୍ୟୁ ୪୨୭୬ରେ ଭୁବନେଶ୍ୱରରୁ ଗୋପାଳପୁର ବୁଲିବାକୁ ଆସିଥିଲେ। ବୁଲାବୁଲି ପରେ ଗୋପାଳପୁରରୁ ରାତିରେ ଫେରୁଥିବା ବେଳେ ଅଗସ୍ତିନୂଆଗାଁ ଛକ ନିକଟରେ ଡିଭାଇଡରକୁ ପିଟି ଅପର ପାର୍ଶ୍ୱରେ ଥିବା ଏକ ଟ୍ରକ୍‌ ନଂ ଆର୍‌ ଜେ ୪୭ ଜିଏ ୧୦୮୩ ଜୋର୍‌ରେ ଧକ୍କା ଦେଇଥିଲା। କାର୍‌ଟି ଦ୍ରୁତଗତିରେ ଆସୁଥିବା ଏବଂ ଡ୍ରାଇଭରଙ୍କ ଅସାବଧାନତା ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?