ଗଛରେ ପିଟିହେଲା କାର୍‌, ୩ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଉମରକୋଟ,୩୦ା୬(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବାସିନୀ ଛକରେ ଭାରସାମ୍ୟ ହରାଇ ଗଛକୁ ଏକ କାର୍‌ ପିଟିହେବାରୁ ଏହି ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଗୁରୁବାର ବିଳମ୍ବିତ  ରାତିରେ ଦୁର୍ଘଟଣା ଘଟିଛି। ତେବେ କାର୍‌ଟି ଜଗଦଲପୁର ଯାଇ ଫେରୁଥିବା ବେଳେ ଉମରକୋଟ ବ୍ଲକ ବାସିନୀଠାରେ ଭାରସାମ୍ୟ ହରାଇ ଏକ ଗଛକୁ ପିଟି ଦେଇଥିଲା। ଫଳରେ କାର୍‌ରେ ଥିବା ରାଇଘର ବ୍ଲକ ସନପୁର ଗ୍ରାମର ଗୌରାଙ୍ଗ ରାୟ, ଉମରକୋଟ ବ୍ଲକ ଅଞ୍ଚଳା ଗ୍ରାମର ସତ୍ୟରଞ୍ଜନ ବେପାରୀ, ତରୂଲତା ବେପାରୀ ରହିଥିଲେ। ଉମରକୋଟ ପୋଲିସ, ଅଗ୍ନିଶମ ବାହିନୀ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ଉମରକୋଟ ମେଡିକାଲରେ ପହଞ୍ଚାଇଥିଲେ କିନ୍ତୁ ଡକ୍ଟର କାର ଡ୍ରାଇଭର ସୁରେଶ ମଣ୍ଡଳ, ସତ୍ୟରଞ୍ଜନ ବେପାରୀ, ଗୌରାଙ୍ଗ ରାୟ ଓ ତିନି ଜଣଙ୍କୁ ମୃତ ଘୋଷଣା କରିଥିଲେ। ତରୂଲତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ନବରଙ୍ଗପୁର ସ୍ଥାନାନ୍ତର କରାଯାଇଛି। ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri