ଓଭରଟେକ୍‌ ବେଳେ ଟ୍ରକକୁ ଧକ୍କା ଦେଲା କାର

ଭଦ୍ରକ ଅଫିସ, ୨୦।୧୧: ଓଭରଟେକ୍‌ କରିବା ବେଳେ ଟ୍ରକକୁ କାର ଧକ୍କା ଦେବାରୁ ଜଣେ ମହିଳା ଓ ଶିଶୁ ସମେତ ୫ ଗୁରୁତର ହୋଇଛନ୍ତି । ୧୬ ନମ୍ବର ଜାତୀୟ ରାଜପଥର ମଜୁରିଗଢିଆ ଛକ ନିକଟରେ ଦୁର୍ଘଟଣା ଘଟିଛି ।
ସୂଚନା ଅନୁଯାୟୀ, ଉଭୟ କାର ଓ ଟ୍ରକ ଭୁବନେଶ୍ବରରୁ ଭଦ୍ରକ ଅଭିମୁଖେ ଯାଉଥିବା ବେଳେ ଧାମନଗର ଥାନା ମଜୁରିଗଢିଆ ଛକ ନିକଟରେ କାରଟି ଟ୍ରକକୁ ଓଭରଟେକ କରିବା ସମୟରେ ଟ୍ରକ ସହ ଧକ୍କା ହୋଇଥିଲା । ଏହି ସମୟରେ ଟ୍ରକଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । କାରରେ ଥିବା ଶିଶୁ ଓ ମହିଳାଙ୍କ ସହ ଜଣେ ବ୍ୟକ୍ତି ଗୁରୁତର ହୋଇଥିଲେ । ଟ୍ରକର ଡ୍ରାଇଭର ଓ ହେଲପର୍‌ ଟ୍ରକ ଭିତରେ ଚାପି ହୋଇଯାଇଥିଲେ । ପରେ ଭଣ୍ଡାରିପୋଖରୀ ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକେ ଏକ ପ୍ରୋକଲିନ ସାହାଯ୍ୟରେ ଉଭୟ ଡ୍ରାଇଭର ଓ ହେଲପରଙ୍କୁ ଉଦ୍ଧାର କରି ପ୍ରଥମେ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri