ସମ୍ପର୍କୀୟଙ୍କୁ ଭେଟିବାକୁ ଯାଉଥିଲେ, ଭାରସାମ୍ୟ ହରାଇ ବ୍ରିଜ୍‌ ତଳକୁ ଖସିଲା କାର୍‌

ଫୁଲନଖରା,୨୧।୪(ଡି.ଏନ୍‌.ଏ.): କଟକ-ଭୁବନେଶ୍ୱର ୧୬ ନଂ ଜାତୀୟ ରାଜପଥର ବମ୍ଫକୁଦ ଛକ ନିକଟରେ ଗୁରୁବାର ଭୋର ସମୟରେ ଏକ କାର ବ୍ରିଜ଼ ତଳକୁ ଖସିପଡିଛି। କାରରେ ୪ଜଣ ଯାତ୍ରୀ ଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ପଠାଯାଇଛି। ଏଥିସହ ଜାତୀୟ ରାଜପଥ ଟ୍ରାଫିକ ଥାନା ପୋଲିସ କାର୍‌କୁ ଜବତ କରି ସଦର ଥାନାକୁ ହସ୍ତାନ୍ତର କରିଛି। ଘଟଣାର ତଦନ୍ତ ଜାରି ରହିଛି।

ସୂଚନା ଅନୁଯାୟୀ, କେନ୍ଦ୍ରାପଡା ଜିଲା ପଟାମୁଣ୍ଡାଇ ଥାନା ଅନ୍ତର୍ଗତ ସିଙ୍ଗିରି ଗ୍ରାମର ରତିକାନ୍ତ ଲେଙ୍କା କାର ନଂ( ଓଡି.୨ ବିକ୍ୟୁ ୪୮୦୮) ଯୋଗେ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ନିଜର ସମ୍ପର୍କୀୟଙ୍କୁ ଭେଟିବା ପାଇଁ ଯାଉଥିଲେ । ହଠାତ ବମ୍ଫକୁଦ ଛକ ନିକଟରେ କାରଟି ଭାରସାମ୍ୟ ହରାଇ ଏକ ବାଇକକୁ ଧକ୍କା ଦେଇ ବ୍ରିଜ ତଳକୁ ଖସି ପଡ଼ିଥିଲା । ଏଥିରେ ଯାତ୍ରୀମାନେ ଆହତ ହୋଇଥିବା ବେଳେ ରତିକାନ୍ତଙ୍କ ହାତଟି ଭାଙ୍ଗି ଯାଇଥିଲା। ଏନେଇ ଖବରପାଇ ଜାତୀୟ ରାଜପଥ ଟ୍ରାଫିକ ଥାନା ପୋଲିସର ଏଏସଆଇ ବରୁଣ ନାୟକ ଓ ଅନ୍ୟ ପୋଲିସ କର୍ମଚାରୀଙ୍କୁ ଧରି ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତର ଖାନାକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri