ରାଜପଥରେ ଓଲଟିଲା କାର

ରୂପସା,୧୫।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ହଳଦୀପଦା ବାଇପାସଠାରେ ମଙ୍ଗଳବାର ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟିପଡିଛି । ଫଳରେ କାର ଡ୍ରାଇଭର ଓ ମାଲିକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ବାଲେଶ୍ୱର ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ବାଲେଶ୍ୱର ଆଡ଼ୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା କାର ନମ୍ବର (ଓଡି୦୨ବିଜି୦୬୬୪) ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ଯାଇଥିଲା । ବସ୍ତା ଥାନା ପୋଲିସ ପହଞ୍ଚି ଘଟଣାସ୍ଥଳରେ ତଦନ୍ତ ଜାରିରଖିଛି । ଡ୍ରାଇଭର ଓ କାର ମାଲିକଙ୍କ ଘର ପଶ୍ଚିମବଙ୍ଗ ପାଞ୍ଚକୁଡା ଖମାରିଆ ଅଞ୍ଚଳର ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?