କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ ଏକ ଦୁର୍ଘଟଣା ଘଟିଛି। ସ୍ତ୍ରୀ- ସ୍ବାମୀ  ଏକ କାର୍‌ ଯୋଗେ ପାରାଦୀପ ଅଭିମୁଖେ ଯାଉଥିବାବେଳେ କାର୍‌ଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଖାଲକୁ ଖସି ପଡ଼ିଥିଲା। ଖାଲରେ ଜମି ରହିଥିବା ପାଣିରେ କାର୍‌ଟି ଓଲଟି ପଡ଼ିବାରୁ ଅଣନିଶ୍ୱାସୀ ହୋଇ ଦମ୍ପତିଙ୍କ ମୃତ୍ୟୁ ଘଟିଛି।

ମୃତକ ଦମ୍ପତି ହେଲେ ବିଭୂତି ଦାସ ଓ ପ୍ରଭାତୀ ଦାସ। ବିଭୂତି ପାରାଦୀପ ବନ୍ଦରର ମେରାଇନ୍‌ ବିଭାଗରେ ଚାକିରି କରୁଥିଲେ। ସେ ଗତ ଅଗଷ୍ଟ ୩୧ ତାରିଖ (ସୋମବାର) ଅବସର ଗ୍ରହଣ କରିଥିଲେ।

ସୂଚନା ଅନୁଯାୟୀ, ମଙ୍ଗଳବାର ରାତିରେ ଦମ୍ପତି ନିଜ କାର୍‌ରେ ଗଡ଼ସ୍ଥିତ ସେମାନଙ୍କ ସମ୍ପର୍କୀୟ (ଶଳା)ଙ୍କ ଘରକୁ ଯାଇଥିଲେ। ବିଳମ୍ବିତ ରାତିରେ ନୂଆବଜାରସ୍ଥିତ ନିଜ କ୍ୱାର୍ଟର୍‌କୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଗଡ଼ ଗ୍ରାମରୁ ଜାତୀୟ ରାଜପଥକୁ ସଂଯୋଗ କରୁଥିବା ରାସ୍ତାର ବୁଲାଣି ସମୟରେ କାର୍‌ଟି ଅଧିକ ବାମପଟକୁ ବୁଲିଯିବାରୁ ଡ୍ରେନ୍‌ ତଳକୁ ଖସି ଓଲଟି ପଡ଼ିଥିଲା। ନିକଟରେ ଜମି ରହିଥିବା ପୋଖରୀ ସଦୃଶ ପାଣିରେ କାର୍‌ଟି ଚକା ଉପରକୁ ହୋଇ ଓଲଟି ପଡ଼ିଥିଲା।

ଭୋର ସମୟରେ ସ୍ଥାନୀୟ ଲୋକେ କାର୍‌ଟିକୁ ପାଣିରେ ପଡ଼ିଥିବା ଦେଖି ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ପହଞ୍ଚି କାର୍‌ଟିକୁ ପାଣିରୁ ସିଧା କରିବା ପରେ ଭିତରେ ଦମ୍ପତି ଥିବା ଜଣାପଡ଼ିଥିଲା। ଉଭୟଙ୍କୁ ଉଦ୍ଧାର କରି ନିକଟସ୍ଥ ସରକାରୀ ବିଜୁ ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

ପୋଲିସ କାର୍‌ଟିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ପୁଅ ଓ ଝିଅ ପହଞ୍ଚିବା ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

ଘରେ ବିଲକୁଲ ଫ୍ରି’ରେ ଲାଗିବ ସୋଲାର ପ୍ୟାନେଲ, ସରକାର ଉଠାଇବେ ସବୁ ଖର୍ଚ୍ଚ

ନୂଆଦିଲ୍ଲୀ,୨।୯: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ସରକାର ଏପରି ଏକ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି, ଯାହା ମାଧ୍ୟମରେ ଏବେ ଛାତ ଉପରେ ସୋଲାର ଲଗାଇବା…

ଆଜି ତୁଳା ରାଶିରେ ଶୁକ୍ରଙ୍କ ପ୍ରବେଶ: ମେଷ ସମେତ ଏହି ୫ ରାଶିର ହେବ ବମ୍ଫର ରୋଜଗାର, ଘଟିବ ଯାହା କେବେ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହକୁ ପ୍ରେମ, ସୁଖ-ସୁବିଧା, ଧନ, ବୈଭବ ଓ ଐଶ୍ୱର୍ଯ୍ୟର କାରକ ବୋଲି ମନେ କରାଯାଏ। ଶୁକ୍ରଙ୍କ ରାଶି ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଟିମ ଇଣ୍ଡିଆରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସ୍ଥାନ, କାନ୍ଦିଲେ ବଡ଼ ବଡ଼ ଖେଳାଳି!

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଦଳରେ ଗୋଟିଏ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri