ଜଗା ଦର୍ଶନ କରି ଫେରୁଥିବା ବେଳେ ଓଲଟିଲା କାର୍‌

ପଟାଙ୍ଗି,୭ା୮(ଶରତ ଧଳ): ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରି ଘରକୁ ଫେରୁଥିବା ସମୟରେ ବାଟରେ ଘଟିଛି ଏକ ଅଘଟଣ। ମାତ୍ର ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ କାହାରି କିଛି କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ଏହି ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ମାଳିପୁଟ ପଞ୍ଚାୟତ ନିକଟସ୍ଥ ଜାତୀୟ ରାଜପଥ ଉପରେ।

ସୂଚନାନୁଯାୟୀ, ନବରଙ୍ଗପୁର ଜିଲାର କିଛି ପରିବାର ସଦସ୍ୟ ପୁରୀରୁ ଏକ କାର୍‌ ନଂ ଓଡି ୨୪ ଜେ ୩୬୩୬ ଯୋଗେ ଫେରୁଥିବା ସମୟରେ ସୋମବାର ସକାଳେ ଉକ୍ତ ପଞ୍ଚାୟତ ନିକଟରେ ଏହି ଦୁର୍ଘଟଣା ଘଟିଛି। ଉକ୍ତ କାର୍‌ଟି ଦ୍ରୁତ ଗତିରେ ନବରଙ୍ଗପୁର ଅଭିମୁଖେ ଫେରୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ରହିଥିବା ଷ୍ଟ୍ରିଟ୍‌ ଲାଇଟ୍‌ ଖୁଣ୍ଟକୁ ଧକ୍କା ଦେଇ ଜାତୀୟ ରାଜପଥ ଉପରେ ଓଲଟି ପଡ଼ିଥିଲା। ତେବେ କାର୍‌ରେ ବସିଥିବା ୮ ଯାତ୍ରୀଙ୍କର କୌଣସି କ୍ଷତି ହୋଇ ନ ଥିବା ବେଳେ ସମସ୍ତ ଯାତ୍ରୀ କାର୍‌ର ପଛ ଡୋର୍‌ ଗ୍ଲାସ ବାହାରକୁ ବାହାରିଥିଲେ। ଅନ୍ୟପକ୍ଷରେ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ବେଳକୁ ସମସ୍ତ ଯାତ୍ରୀ ବସ୍‌ ଯୋଗେ ନବରଙ୍ଗପୁର ଚାଲି ଯାଇଥିଲେ। ଘଟଣାସ୍ଥଳରେ କାର ଚାଳକ ରାହୁଲ ଭୋଳ ଏବଂ ଅନ୍ୟ ଜଣେ ତାଙ୍କ ସାଥୀ ଚନ୍ଦନ ମହାନ୍ତିଙ୍କୁ ପୋଲିସ ଦୁର୍ଘଟଣା ସମ୍ପର୍କରେ ପଚରାଉଚରା କରି ରାସ୍ତା ଉପରେ ପଡ଼ିରହିଥିବା କାର୍‌କୁ ଉପସ୍ଥିତ ଗ୍ରାମବାସୀଙ୍କ ସହାୟତାରେ ରାସ୍ତାକଡ଼କୁ ହଟାଇଥିଲା।

ସୂଚନା ଥାଉକି, କାର୍‌ଟି ଷ୍ଟ୍ରିଟ୍‌ ଲାଇଟ୍‌ ଖୁଣ୍ଟକୁ ଏତେ ଜୋରରେ ଧକ୍କା ଦେଇଥିଲା କି ଉକ୍ତ ଖୁଣ୍ଟଟି ଉପାଡ଼ି ହୋଇ ରାସ୍ତାରେ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri