୪ ଛାତ୍ରଙ୍କ ଉପରେ ମାଡ଼ିଗଲା କାର୍‌: ୩ ମୃତ, ଜଣେ ଆହତ

ସୋନପୁର,୨୨ା୩(ନି.ପ୍ର.): ସୁବର୍ଣ୍ଣପୁର ଜିଲା ସୋନପୁର-ବିନିକା-ଡୁଙ୍ଗୁରିପାଲି ମେଜର ଡିଷ୍ଟ୍ରିକ୍ଟ ରୋଡ୍‌ (ଏମ୍‌ଡିଆର)ର ଶରଧାପାଲି ଛକ ନିକଟରେ ବୁଧବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବୁଲାଣି ରାସ୍ତାରେ ଏକ ଜାଇଲୋ ବିଦ୍ୟାଳୟ ଫାଟକ ପାର୍ଶ୍ୱରେ ଛିଡ଼ା ହୋଇଥିବା ଛାତ୍ରଙ୍କୁ ଧକ୍କା ଦେବାରୁ ୩ ଛାତ୍ରଙ୍କ ଜୀବନ ଯାଇଥିବା ବେଳେ ଜଣେ ଛାତ୍ର ଆହତ ହୋଇଛନ୍ତି। ମୃତ ଛାତ୍ର ହେଲେ ସୋନପୁର ଥାନା ଶରଧାପାଲି ଗ୍ରାମର ସୁଦାମ ଭୋଇଙ୍କ ପୁଅ ସୁବ୍ରତ(୧୨), ରାମ ପେରାଙ୍କ ପୁଅ ରାଜେଶ(୧୨) ଓ କବି ପେରାଙ୍କ ପୁଅ ରାଜା(୧୧)। ଆହତ ଅବସ୍ଥାରେ ଅଷ୍ଟମ ଶ୍ରେଣୀର ଛାତ୍ର କପିଳ ଭୋଇ(୧୪) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଦୁର୍ଘଟଣାରେ ୩ ଛାତ୍ରଙ୍କ ମୃତ୍ୟୁକୁ ନେଇ ଜିଲାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ତେବେ ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନାକୁ ନେଇ ଶରଧାପାଲି ଓ ଆଖପାଖ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ମୃତ ଛାତ୍ରଙ୍କ ପରିବାରବର୍ଗଙ୍କୁ କ୍ଷତିପୂରଣ ଓ ଜାଇଲୋ ଡ୍ରାଇଭରଙ୍କୁ ଗିରଫ ଦାବିରେ ଅଞ୍ଚଳବାସୀ ଶରଧାପାଲି ଠାରେ ସୋନପୁର-ବିନିକା ରାସ୍ତାକୁ ଅବରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?