ବରଯାତ୍ରୀଙ୍କ ଉପରେ କାର୍‌ ମାଡ଼ିଗଲା: ଜଣେ ମୃତ,୧୧ ଆହତ

ଖପ୍ରାଖୋଲ,୨୬।୨(ଡି.ଏନ୍‌.ଏ.): ବାହାଘର ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା ା ବର ବାହାରି କନ୍ୟାଘରକୁ ଯିବା ପାଇଁ ଆୟୋଜନ ଚାଲିଥିଲା ା ଡିଜେ ଓ ବାଜାର ତାଳେ ତାଳେ ବରଯାତ୍ରୀ ଦଳ ନାଚରେ ମସ୍‌ଗୁଲ ଥିଲେ ା ଏହି ସମୟରେ ବର ଯିବା ପାଇଁ ସଜ୍ଜା ହୋଇଥିବା କାର୍‌ଟି ହଠାତ୍‌ ବରଯାତ୍ରୀଙ୍କ ଉପରେ ମାଡ଼ିଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବାସହ ୧୧ ଜଣ ଆହତ ହୋଇଛନ୍ତି ା ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ବାଘଝରଣ ଗଁାରେ ଶୁକ୍ରବାର ରାତିରେ ଏଭଳି ଅଘଟଣ ଘଟିଛି ା ସୂଚନା ଅନୁଯାୟୀ, ବାଘଝରଣ ଗାଁର ଦୁତିଆ ବରିହାଙ୍କ ପୁଅ ହୁତାଶନଙ୍କ ବାହାଘର ଥିବାରୁ ବାଣ, ରୋଶଣି, ଡିଜେ ସହ ବରଯାତ୍ରୀ ବାହାରିଥିଲେ। ଘରଠାରୁ ଅଳ୍ପଦୂରରେ ବରଯାତ୍ରୀ ଦଳ ନାଚୁଥିବା ବେଳେ ବର ବସି ଯିବା ପାଇଁ ଛିଡ଼ା ହୋଇଥିବା ଆଇ ୧୦ (ନଂ .ଓ ୦୨ ବିସି ୩୮୪୮)କାର୍‌ ହଠାତ୍‌ ଦ୍ରୁତଗତିରେ ପଛପଟୁ ଆସି ବରଯାତ୍ରୀଙ୍କ ଉପରେ ମାଡ଼ିଯାଇଥିଲା ା ଫଳରେ ୧୨ ବରଯାତ୍ରୀ ଆହତ ହୋଇଥିଲେ। ଲୋକେ ଦୁର୍ଘଟଣା ଘଟାଇଥିବା କାର୍‌କୁ ଭଙ୍ଗାରୁଜା କରିବା ପରେ ଚାପା ଉତ୍ତେଜନା ଦେଖାଦେଇଥିଲା ା ଖବର ପାଇ ଖପ୍ରାଖୋଲ ପୋଲିସ, ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ ା ଆହତମାନଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ଖପ୍ରାଖୋଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ରାଜା ବରିହା (୪୫)ଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ା ଆକାଶ ବରିହା (୧୩), ଦେମତି ବରିହା (୩୬) ଓ ମିତ୍ରଘନ ବରିହା (୩୦) ଗୁରୁତର ଥିବାରୁ ବଲାଙ୍ଗୀର ଭୀମଭୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ା ଯଶୋଦା ବରିହା (୪୦) ଖପ୍ରାଖୋଲ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟ ୭ ଜଣଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ାଯାଇଛି। ପୋଲିସ ଦୁର୍ଘଟଣା ଘଟାଇଥିବା ଗାଡ଼ିର ଡ୍ରାଇଭର ଦୁର୍ଯ୍ୟୋଧନ ନାଗ(୪୪)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ା ଏନେଇ ଖପ୍ରାଖୋଲ ଥାନାରେ ନଂ.୩୨/୨୩ରେ ଏକ ମାମଲା ରୁଜୁ ହୋଇଛି ା ହୁତାଶନ ବହିରାଙ୍କ ବାହାଘର ତାଙ୍କ ଗ୍ରାମଠାରୁ ୨୦ କି.ମି. ଦୂର ହିର୍ଲି ଗଁାରେ ହେବାର ଥିଲା ା ଦୁର୍ଘଟଣା ଯୋଗୁ ବାହାଘର ହୋଇପାରି ନ ଥିବା ବେଳେ ଶନିବାର କନ୍ୟାଙ୍କୁ ବରଘର ନିଜ ଗଁାକୁ ଆଣିଥିବା ଜାଣିବାକୁ ମିଳିଛି ା ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା ତାକୁ ନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri