ବରଯାତ୍ରୀଙ୍କ ଉପରେ କାର୍‌ ମାଡ଼ିଗଲା: ଜଣେ ମୃତ,୧୧ ଆହତ

ଖପ୍ରାଖୋଲ,୨୬।୨(ଡି.ଏନ୍‌.ଏ.): ବାହାଘର ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା ା ବର ବାହାରି କନ୍ୟାଘରକୁ ଯିବା ପାଇଁ ଆୟୋଜନ ଚାଲିଥିଲା ା ଡିଜେ ଓ ବାଜାର ତାଳେ ତାଳେ ବରଯାତ୍ରୀ ଦଳ ନାଚରେ ମସ୍‌ଗୁଲ ଥିଲେ ା ଏହି ସମୟରେ ବର ଯିବା ପାଇଁ ସଜ୍ଜା ହୋଇଥିବା କାର୍‌ଟି ହଠାତ୍‌ ବରଯାତ୍ରୀଙ୍କ ଉପରେ ମାଡ଼ିଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବାସହ ୧୧ ଜଣ ଆହତ ହୋଇଛନ୍ତି ା ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ବାଘଝରଣ ଗଁାରେ ଶୁକ୍ରବାର ରାତିରେ ଏଭଳି ଅଘଟଣ ଘଟିଛି ା ସୂଚନା ଅନୁଯାୟୀ, ବାଘଝରଣ ଗାଁର ଦୁତିଆ ବରିହାଙ୍କ ପୁଅ ହୁତାଶନଙ୍କ ବାହାଘର ଥିବାରୁ ବାଣ, ରୋଶଣି, ଡିଜେ ସହ ବରଯାତ୍ରୀ ବାହାରିଥିଲେ। ଘରଠାରୁ ଅଳ୍ପଦୂରରେ ବରଯାତ୍ରୀ ଦଳ ନାଚୁଥିବା ବେଳେ ବର ବସି ଯିବା ପାଇଁ ଛିଡ଼ା ହୋଇଥିବା ଆଇ ୧୦ (ନଂ .ଓ ୦୨ ବିସି ୩୮୪୮)କାର୍‌ ହଠାତ୍‌ ଦ୍ରୁତଗତିରେ ପଛପଟୁ ଆସି ବରଯାତ୍ରୀଙ୍କ ଉପରେ ମାଡ଼ିଯାଇଥିଲା ା ଫଳରେ ୧୨ ବରଯାତ୍ରୀ ଆହତ ହୋଇଥିଲେ। ଲୋକେ ଦୁର୍ଘଟଣା ଘଟାଇଥିବା କାର୍‌କୁ ଭଙ୍ଗାରୁଜା କରିବା ପରେ ଚାପା ଉତ୍ତେଜନା ଦେଖାଦେଇଥିଲା ା ଖବର ପାଇ ଖପ୍ରାଖୋଲ ପୋଲିସ, ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ ା ଆହତମାନଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ଖପ୍ରାଖୋଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ରାଜା ବରିହା (୪୫)ଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ା ଆକାଶ ବରିହା (୧୩), ଦେମତି ବରିହା (୩୬) ଓ ମିତ୍ରଘନ ବରିହା (୩୦) ଗୁରୁତର ଥିବାରୁ ବଲାଙ୍ଗୀର ଭୀମଭୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ା ଯଶୋଦା ବରିହା (୪୦) ଖପ୍ରାଖୋଲ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟ ୭ ଜଣଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ାଯାଇଛି। ପୋଲିସ ଦୁର୍ଘଟଣା ଘଟାଇଥିବା ଗାଡ଼ିର ଡ୍ରାଇଭର ଦୁର୍ଯ୍ୟୋଧନ ନାଗ(୪୪)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ା ଏନେଇ ଖପ୍ରାଖୋଲ ଥାନାରେ ନଂ.୩୨/୨୩ରେ ଏକ ମାମଲା ରୁଜୁ ହୋଇଛି ା ହୁତାଶନ ବହିରାଙ୍କ ବାହାଘର ତାଙ୍କ ଗ୍ରାମଠାରୁ ୨୦ କି.ମି. ଦୂର ହିର୍ଲି ଗଁାରେ ହେବାର ଥିଲା ା ଦୁର୍ଘଟଣା ଯୋଗୁ ବାହାଘର ହୋଇପାରି ନ ଥିବା ବେଳେ ଶନିବାର କନ୍ୟାଙ୍କୁ ବରଘର ନିଜ ଗଁାକୁ ଆଣିଥିବା ଜାଣିବାକୁ ମିଳିଛି ା ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା ତାକୁ ନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri