ଡିଭାଇଡରରେ ପିଟିହେଲା କାର୍‌: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ

ବ୍ରହ୍ମପୁର ଅଫିସ,୨୪।୬: ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ମା’ ପୁଅଙ୍କ ଏମ୍‌କେସିଜି ମେଡିକାଲରେ ଗୁରୁବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍‌ର ପି.ଲକ୍ଷ୍ମୀ (୪୫) ଓ ତାଙ୍କ ପୁଅ ପି.ଜଗନ (୧୯)। ବ୍ରହ୍ମପୁର ବଡ ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ଲକ୍ଷ୍ମୀଙ୍କ ସମ୍ପର୍କୀୟ ଏମ୍‌.କେଶବ ଗୁରୁତର ହୋଇ ଚିକିତ୍ସାଧୀନ ଥିବା ପୋଲିସ କହିଛି।
ଘଟଣାରୁ ପ୍ରକାଶ ଗୁରୁବାର କାର (ନଂ ଓଡ଼ି -୩୫ ଏଡି ୨୨୨୪) ଯୋଗେ ଲକ୍ଷ୍ମୀ, ତାଙ୍କ ପୁଅ ଜଗନ ଓ ସମ୍ପର୍କୀୟ କେଶବ କୌଣସି କାମରେ ଭୁବନେଶ୍ୱର ବାହାରିଥିଲେ। ଆନ୍ଧ୍ରପ୍ରଦେଶ କାଞ୍ଚୁଲି ଥାନା ଅନ୍ତର୍ଗତ ଝାଡପୁଡି ଜଙ୍କଶନରେ ଥିବା ବୁଲାଣି ରାସ୍ତାରେ କାରଟି ଏକ ଡିଭାଇଡରରେ ପିଟି ହୋଇଯାଇଥିଲା। ଫଳରେ ଗାଡ଼ିରେ ବସିଥିବା ଡ୍ରାଇଭଙ୍କ ବ୍ୟତୀତ ଅନ୍ୟ ସମସ୍ତେ ଗୁରୁତର ଆହତ ହୋଇଥିଲେ।
ଖବର ପାଇ କାଞ୍ଚୁଲି ଥାନା ଅଧିକାରୀ ଏସ୍‌.ଚିରଞ୍ଜୀବୀ ପହଞ୍ଚି ଆହତଙ୍କୁ ସୋମପେଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଲକ୍ଷ୍ମୀ ଓ ଜଗନଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ପୋଲିସ ଏକ ମାମଲା(ନଂ.୯୧/୨୧) ରୁଜୁ କରି କାର ଡ୍ରାଇଭର ବି.ଅଶୋକଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ଉପରେ ଭାରି ପଡିପାରେ ୧୦୦ ୟୁନିଟ୍‌ ମାଗଣା ବିଜୁଳି ଏବଂ BSKY ଯୋଜନା

ଭୁବନେଶ୍ୱର,୧୦ା୫: ଉପଭୋକ୍ତାଙ୍କୁ ୧୦୦ ୟୁନିଟ୍‌ ମାଗଣା ବିଜୁଳି ଏବଂ କୃଷି କ୍ଷେତ୍ରକୁ ମାଗଣା ବିଜୁଳି। ବିଏସକେୱାୟୀ ଯୋଜନାରେ ସରକାରୀ ଚାକିରିଆ ଓ ମଧ୍ୟବିତ୍ତ ପରିବାରଙ୍କୁ ସାମିଲ।...

ରାସ୍ତା, ପାଣି ସୁବିଧା ନ ହେଲେ ଭୋଟ ଦେବୁନି

ରାୟଗଡ଼ା,୧୦।୫(ଭାଗ୍ୟଶ୍ରୀ ମିଶ୍ର ): ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଆଜି ବି ଅନେକ ଅଞ୍ଚଳ ଅପହଞ୍ଚ l କଲ୍ୟାଣସିଂପୁରର ୧୫ ନମ୍ବର ୱାର୍ଡରେ ଥିବା ଘାଗୁଡ଼ିମାଳ...

ଲେଖାଶ୍ରୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ପ୍ରତାପ

ବାଲେଶ୍ୱର,୧୦।୫(ମାନସ ବିଶ୍ୱାଳ): ଓଡ଼ିଶାରେ ଦୀର୍ଘ ୨୫ବର୍ଷ ଧରି ବିଜେଡି ଭ୍ରଷ୍ଟାଚାର ଓ ଦୁର୍ନୀତି କରିଆସୁଥିବା ଅଭିଯୋଗ କରି ବିଜେଡି ସରକାର ଉପରେ ବର୍ଷିଛନ୍ତି ଭାଜପା ରାଜ୍ୟ...

ମୋରମ,ମାଟି ଚାଲାଣକାରୀ ସକ୍ରିୟ

ମୋରଡ଼ା,୧୦ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକରେ ବେଆଇନ ମାଟି ଓ଼ ମୋରମ ଚାଲାଣକାରୀ ସକ୍ରିୟ ହୋଇ ପଡ଼ିଛନ୍ତି। ସଂରକ୍ଷିତ ଜଙ୍ଗଲରୁ ମାଟି ଓ଼ ମୋରମ...

କୃଷି ଅନୁକୂଳ ପର୍ବ: ଅକ୍ଷୟତୃତୀୟା

ଆମ ରାଜ୍ୟରେ ଜଗନ୍ନାଥ ସଂସ୍କୃତିକୁ ଆଧାରକରି ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ତନ୍ମଧ୍ୟରେ ମହାନ୍‌ ପବିତ୍ର କୃଷିଭିତ୍ତିକ ପର୍ବ ଅକ୍ଷୟତୃତୀୟା ଅନ୍ୟତମ। ପ୍ରତିବର୍ଷ...

ରଥଯାତ୍ରା ବେଳେ ଖୋଲିପାରେ ରତ୍ନଭଣ୍ଡାର

ପୁରୀ,୧୦ା୫(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ରତ୍ନଭଣ୍ଡାର କମିଟିର ଅଧ୍ୟକ୍ଷ...

ବକୁଳରେ ଉନ୍ମୋଚନ ହେବ ନନ୍ଦିନୀଙ୍କ ଜୀବନୀ

ଭୁବନେଶ୍ୱର,୧୦ା୫(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶାର ପ୍ରଥମ ଏବଂ ଏକ ମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଉପରେ ଲିଖିତ ଜୀବନୀ (ବାୟୋଗ୍ରାଫି) ‘ନନ୍ଦିନୀ ଶତପଥୀ: ଦ ଆଇରନ୍‌ ଲେଡି...

ରୁବେଲା ଆତଙ୍କ: ଗର୍ଭବତୀଙ୍କୁ ସତର୍କ କରାଇଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୦।୫ (ବନ୍ଦନା ସେଠୀ): ଓଡ଼ିଶାର ୨ ଶିଶୁ ରୁବେଲା ଭାଇରସ୍‌ରେ ଆକ୍ରାନ୍ତ ହେବା ପରେ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି। ଏପରିସ୍ଥିତିରେ ସ୍ବାସ୍ଥ୍ୟ ବିଭାଗ ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri