ଗୋରୁ ବୋଝେଇ ଡାଲା ଅଟୋ ଜବତ

ଆରଡି,୨୧।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅନ୍ତର୍ଗତ ଓଳଗ ନିକଟରେ ଏକ ଗୋରୁ ବୋଝେଇ ଡାଲା ଅଟୋକୁ ରବିବାର ପୋଲିସ ଜବତ କରିଛି । ଏଥି ସହିତ ୫ଟି ଗୋରୁଙ୍କୁ ଗୋଶାଳାକୁ ପଠାଇବାର ବ୍ୟବସ୍ଥା କରିଛି। ସୂଚନା ଅନୁସାରେ, ଡାଲା ଅଟୋ ଡ୍ରାଇଭର ଗୋରୁ ଗାଡି ନେଇ ଦ୍ରୁତ ଗତିରେ ଯାଉଥିବା ବେଳେ ଯାଜପୁର ଜିଲା ମଙ୍ଗଳପୁର ଅଞ୍ଚଳର ୩ ଜଣ ଯୁବକ ଗାଡିକୁ ଓଳଗ ନିକଟରେ ଅଟକାଇ ପୋଲିସକୁ ଖବର ଦେଇଥିଲେ । ଏଥିସହିତ ଗାଡିରୁ ସମସ୍ତ ଗୋରୁକୁ ଉଦ୍ଧାର କରିଥିଲେ । ଗୋଟିଏ ଗୋରୁ କ୍ଷତ ବିକ୍ଷତ ହୋଇଥିବାରୁ ପଶୁଡାକ୍ତର ଡାକି ଚିକିତ୍ସା କରାଇଥିଲେ । ଉଦ୍ଧାର କରିଥିବା ଯୁବକ ମାନେ ଗୋସୁରକ୍ଷା ସମିତିର ସଭ୍ୟ ଅଟନ୍ତି। ଧୂଷୁରୀ ଥାନା ସବ୍‌ଇନିସପେକ୍ଟର୍‌ ମହାପ୍ରସାଦ ନାୟକ, ଏଏସ୍‌ଆଇ ଧୃତରାଷ୍ଟ୍ର ମଲ୍ଲିକ, ଆରଡି ଫାଣ୍ଡି ଅଧିକାରୀ କୁଳମଣି ପାତ୍ର ଘଟଣାସ୍ଥଳରେ ପହଞ୍ଚି ସଂପୃକ୍ତ ଡାଲା ଅଟୋକୁ ଜବଦ କରିବା ସହ ଗାଡ଼ି ଡ୍ରାଇଭର ପନ୍ଦରବାଟିଆର ଜନୈକ ଯୁବକକୁ ଗିରଫ କରିଛନ୍ତି । ଗୋରୁ ଗୁଡିକୁ ଭଦ୍ରକ ଜିଲା ଗୋଶାଳାରେ ଛଡା ଯିବାକୁ ଉଦ୍ୟମ ଜାରି ରହିଛି । ଏ ସଂକ୍ରାନ୍ତରେ ଧୂଷୁରୀ ଥାନାରେ କେସ ନଂ. ୨୮୧/୨୧ରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri