Posted inଜାତୀୟ

ପୂର୍ବତନ ମୁଖ୍ୟମନ୍ତ୍ରୀ ନାଁରେ ମାମଲା ରୁଜୁ

ଚେନ୍ନାଇ,୧୨।୩: ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଇଡାପାଡି କେ ପଲାନିସ୍ବାମୀଙ୍କ ଅଡୁଆ ବଢିବାରେ ଲାଗିଛି। ବିମାନବନ୍ଦରରେ ଜଣେ ଯାତ୍ରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗରେ ତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି।
ପଲାନିସ୍ବାମୀଙ୍କ ସହ ଏଆଇଏଡିଏମକେ ବିଧାୟକ ପିଆର୍‌ ସେଣ୍ଟିଲନାଥନ ମଧ୍ୟ ମଦୁରାଇ ବିମାନବନ୍ଦରରେ ଜଣେ ବିରୋଧୀ ଯାତ୍ରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗରେ ପୋଲିସ ମାମଲା ରୁଜୁ କରିଛି।
ସୂଚନାଯୋଗ୍ୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ୭୫ତମ ଜନ୍ମବାର୍ଷିକୀ ଉତ୍ସବ ସିଭାଗାନାଇରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପଲାନସ୍ବାମୀ ମଧ୍ୟ ଭାଗ ନେଇଥିଲେ। ସେ ସାଧାରଣ ସଭାରେ ଯୋଗଦେବା ପାଇଁ ଚେନ୍ନାଇ ବିମାନବନ୍ଦରରୁ ମଦୁରାଇ ଅଭିମୁଖେ ଯାତ୍ରା କରିଥିଲେ। ଜଣେ ବ୍ୟକ୍ତି ଏହାକୁ ଫେସବୁକରେ ଲାଇଭ କରିଥିଲେ ଯେ ପାଲାନିସ୍ବାମୀ ସେମାନଙ୍କ ସହ ଯାତ୍ରା କରୁଛନ୍ତି। ଏହି ସମୟରେ ବ୍ୟକ୍ତି ଜଣକ ତାଙ୍କ ବିରୋଧରେ ସ୍ଲୋଗାନ ଦେବା ଆରମ୍ଭ କରିଥିଲେ। ଏହା ଦେଖି ପାଲାନିସ୍ବାମୀ ରାଗିଯାଇ ତାଙ୍କ ଉପରେ ଆକ୍ରମଣ କରିଥିଲେ। ପୋଲିସ ଯୁବକଙ୍କୁ ଗିରଫ କରିଥିଲା। ବିମାନବନ୍ଦର ପୋଲିସର ସୂଚନାନୁସାରେ, ଗିରଫ ଯୁବକ ସିଙ୍ଗାପୁରରେ ନିର୍ମାଣ ଶ୍ରମିକ ଭାବରେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ

ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

ଧନଲାଭର ମହାଯୋଗ! ଏହି ୫ ରାଶିଙ୍କ ପାଇଁ ଶୁଭ ସଙ୍କେତ, ଜାଣନ୍ତୁ କ’ଣ କହୁଛି ଆଜିର ରାଶିଫଳ

୨୬ ଅଗଷ୍ଟ ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ଏକ ବିଶେଷ ଦିନ ହୋଇପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାରର ସଂଯୋଗ ରହିଛି।…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri