ଟ୍ରମ୍ପଙ୍କ ବିରୋଧରେ ଚାଲିବ ମାମଲା

ନ୍ୟୁୟର୍କ,୩୧।୩: ଆଡଲ୍ଟ ଫିଲ୍ମ ଷ୍ଟାର ଷ୍ଟର୍ମି ଡାନିଏଲ୍ସ ମାମଲାରେ ଟ୍ରମ୍ପଙ୍କ ଅଡୁଆ ଆହୁରି ବୃଦ୍ଧି ପାଇଛି। ଏହି ମାମଲାରେ ଏବେ ତାଙ୍କ ନାଁରେ ମୋକଦ୍ଦମା ଚାଲିବ। ଡୋନାଲ୍ଡ ଟ୍ରମ୍ପ ଆମେରିକାର ପ୍ରଥମ ପୂର୍ବତନ ରାଷ୍ଟ୍ରପତି, ଯିଏ ଅପରାଧିକ ମାମଲାର ସମ୍ମୁଖୀନ ହୋଇଛନ୍ତି।
ପର୍ଣ୍ଣ ତାରକା ଷ୍ଟର୍ମି ଅଭିଯୋଗ କରିଛନ୍ତି, ନେଭାଡାରେ ଏକ ସେଲିବ୍ରିଟି ଗଲ୍ଫ ଟୁର୍ନାମେଣ୍ଟ ସମୟରେ ଟ୍ରମ୍ପ ତାଙ୍କୁ ତାଙ୍କ ହୋଟେଲ ରୁମକୁ ଡାକିଥିଲେ। ଷ୍ଟର୍ମିଙ୍କୁ ଏକ ଟିଭି ତାରକା କରିବାକୁ ଟ୍ରମ୍ପ ପ୍ରତିଶ୍ରୁତି ଦେଇ ଯୌନ ଶୋଷଣ କରିବାକୁ ଚେଷ୍ଟା କରିଥିଲେ। ଷ୍ଟର୍ମିଙ୍କ ଅନୁଯାୟୀ ଟ୍ରମ୍ପ ଏବଂ ତାଙ୍କର ଯୌନ ସମ୍ପର୍କ ଥିଲା। କିନ୍ତୁ ଟ୍ରମ୍ପ ଷ୍ଟର୍ମିଙ୍କ ସହ ତାଙ୍କର ଶାରୀରିକ ସମ୍ପର୍କ ଥିବା ଅସ୍ବୀକାର କରିଛନ୍ତି। ଜୁଲାଇ ୨୦୦୭ରେ ଷ୍ଟର୍ମୀ-ଟ୍ରମ୍ପ ଭେଟାଭେଟି ହୋଇଥିଲେ। ସେତେବେଳେ ଷ୍ଟର୍ମିଙ୍କୁ ୨୭ ବର୍ଷ ଏବଂ ଟ୍ରମ୍ପଙ୍କୁ ୬୦ ବର୍ଷ ହୋଇଥିଲା। ୨୦୧୬ ନିର୍ବାଚନ ସମୟରେ ଷ୍ଟର୍ମିଙ୍କୁ ଚୁପ୍‌ ପାଇଁ ଟ୍ରମ୍ପ ତାଙ୍କ ଓକିଲ ଜରିଆରେ ଟଙ୍କା ଯାଚିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ କୋର୍ଟ ଟ୍ରମ୍ପଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।
ନିକଟ ଅତୀତରେ ଟ୍ରମ୍ପ ତାଙ୍କ ଉପରେ ଚାଲିଥିବା ଅନୁସନ୍ଧାନକୁ ନେଇ ଆକ୍ରମଣାତ୍ମକ ମନ୍ତବ୍ୟ ମଧ୍ୟ ଦେଇଥିଲେ। ଗତ ସପ୍ତାହରେ ସେ ମ୍ୟାନହଟନରେ ଗିରଫ ହେବାର ପୂର୍ବାନୁମାନ କରିଥିଲେ ଏବଂ ତାଙ୍କ ସମର୍ଥକଙ୍କୁ ବିରୋଧ କରିବାକୁ କହିଥିଲେ। ତାଙ୍କୁ ରୋକିବା ପାଇଁ ତାଙ୍କ ପ୍ରତିଦ୍ୱନ୍ଦ୍ୱୀମାନେ ନକଲି ମାମଲା ରୁଜୁ କରୁଛନ୍ତି ବୋଲି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri