ଡାକ୍ତରଙ୍କ ଅଭିଯୋଗରେ ମାମଲା ରୁଜୁ

ନିଶ୍ଚିନ୍ତକୋଇଲି, ୨୨ା୭ (ସ୍ବ.ପ୍ର): ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ମଙ୍ଗଳବାର ରାତିରେ ରୋଗୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ଏଥିରେ ରୋଗୀଙ୍କ ସମ୍ପର୍କୀୟମାନେ ଡାକ୍ତରଙ୍କ ଅବହେଳାକୁ ଦାୟୀ କରି ନିଶ୍ଚିନ୍ତକୋଇଲି ଥାନାରେ ଅଭିଯୋଗ କରିଥିଲେ। ଅନ୍ୟପକ୍ଷରେ ତାଙ୍କୁ ଆକ୍ରମଣ ଉଦ୍ୟମ କରାଯାଇଥିବା ନେଇ ଡାକ୍ତର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଉଭୟ ପକ୍ଷରୁ ଅଭିଯୋଗ ଗ୍ରହଣ କରିଥିଲେ ହେଁ ଡାକ୍ତରଙ୍କ ଅଭିଯୋଗକୁ ଗୁରୁତ୍ୱ ଦେଇ ନଂ. ୮୯/୨୧ରେ ମାମଲା ରୁଜୁ କରିଛି। ମୃତା ବୃଦ୍ଧାଙ୍କ କନ୍ୟା ମମତା ବେହେରାଙ୍କ ଅଭିଯୋଗକୁ ଭିତ୍ତିକରି କେବଳ ଷ୍ଟେଶନ ଡାଏରୀ କରାଯାଇଛି। ପୋଲିସ ବୁଧବାର ମୃତଦେହ ଜବତ କରି କଟକ ବଡ ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ରିପୋର୍ଟ ଆସିଲେ ରୋଗୀ ସମ୍ପର୍କୀୟଙ୍କ ଅଭିଯୋଗକୁ ବିଚାରକୁ ନିଆଯିବ ବୋଲି ଆଇଆଇସି ଚିନ୍ମୟୀ ସାହୁ କହିଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ମୁଣ୍ଡିଲୋ ଗଁାର ବାଇଧର ରାଉତଙ୍କ ସ୍ତ୍ରୀ ହେମଲତା(୬୦) ଅସୁସ୍ଥ ଥିବାରୁ ତାଙ୍କୁ ତୁରନ୍ତ ଚିକିତ୍ସା ନିମନ୍ତେ ମଙ୍ଗଳବାର ରାତ୍ରରେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ହେମଲତାଙ୍କ ମୃତ୍ୟୁ ଘଟିଥିଲା। ଚିକିତ୍ସା ଦାୟିତ୍ୱରେ ଥିବା କର୍ମଚାରୀମାନେ ଅବହେଳା କରିବା ସହ ତ୍ରୁଟିପୂର୍ଣ୍ଣ ଭାବେ ଭୁଲ ଔଷଧ ଓ ଇଞ୍ଜେକ୍‌ଶନ ଦେଇଥିଲେ ବୋଲି ମୃତକଙ୍କ ସମ୍ପର୍କୀୟମାନେ ଅଭିଯୋଗ କରିଥିଲେ। ହେମଲତାଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସଫେଇ ଦିଆଯାଇଥିଲା। ହେମଲତାଙ୍କ ମୃତ୍ୟୁ ନିମନ୍ତେ ଡାକ୍ତରଙ୍କୁ ଦାୟୀ କରାଯିବା ସହ ତାଙ୍କ ପରିବାର ଓ ସମ୍ପର୍କୀୟମାନେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ହୋହଲ୍ଲା କରିଥିଲେ। ଏପରିକି କର୍ତ୍ତବ୍ୟରତ ଡାକ୍ତରଙ୍କୁ ଆକ୍ରମଣ ଉଦ୍ୟମ କରିଥିଲେ ବୋଲି ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri