ଜେଲରେ ଥିବା ସମୀରଙ୍କ ନାମରେ ପୁଣି ମାମଲା

ବ୍ରହ୍ମପୁର ଅଫିସ,୧୬।୫: ବେକାର ଯୁବତୀ ଯୁବକଙ୍କୁ ଚାକିରି ଦେବା ନଁାରେ ଟଙ୍କା ଠକେଇ ଅଭିଯୋଗରେ ସମୀର ନାୟକ ଏବେ ମଣ୍ଡଳକାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଅଛନ୍ତି। ପୁଣି ତାଙ୍କ ନାମରେ ବଡବଜାର ଥାନାରେ ଏକ ସମାନ ଅଭିଯୋଗ ଆସିଛି। ଏହି ଘଟଣାଙ୍କୁ ନେଇ ପୋଲିସ ନଂ.୧୦୬/୨୨ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।
ସୂଚନାଯୋଗ୍ୟ, ଚାକିରି ସନ୍ଧାନରେ ଥିବା ସଦର ଥାନା ଅନ୍ତର୍ଗତ ପାଣ୍ଡିଆଝୋଳି ଗ୍ରାମର ସୁନିଦ୍ଦ କୁମାର ଚୌଧୁରୀଙ୍କ ସହ କିଛି ବର୍ଷ ପୂର୍ବେ ସମୀର ନାୟକ ପରିଚିତ ହୋଇଥିଲେ। ସମୀର ନିଜକୁ ଓଡ଼ିଶା ମେଡିକାଲ ରିକ୍ୟୁରିଟମେଣ୍ଟ ବୋର୍ଡର ସେକ୍ରେଟାରୀ ବୋଲି ଦର୍ଶାଇବା ସହ ଉକ୍ତ ଯୁବକଙ୍କୁ ମେଡ଼ିକାଲରେ ସୁପରଭାଇଜର କିମ୍ବା ଡାଟାଏଣ୍ଟ୍ରି ଭାବରେ ଚୁକ୍ତିଭିତ୍ତିକ ଚାକିରି କରାଇଦେବି ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହି ବାବଦକୁ ସମୀର ଅଶାୟୀ ଯୁବକଙ୍କଠାରୁ ମୋଟ ୫୫ ହଜାର ଟଙ୍କା ନେଇଥିବା ଅଭିଯୋଗ ହୋଇଛି। କିନ୍ତୁ ଅନେକ ଦିନ ବିତିବା ପରେ ମଧ୍ୟ ଯୁବକ ଜଣଙ୍କ ଚାକିରି ସମ୍ପର୍କିତ ନିଯୁକ୍ତି ପତ୍ର ନ ପାଇବାରୁ ସେ ଠକେଇର ଶିକାର ହୋଇଥିବା ଜାଣିବାକୁ ପାଇଥିଲେ। ଏନେଇ ସେ ବଡବଜାର ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣାରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପୂର୍ବରୁ ସମୀର ଜଣେ ମହିଳାଙ୍କ ୭୦ ହଜାର ଟଙ୍କା ଠକି ନେଇଥିଲେ। ବଡ଼ ବଜାର ପୋଲିସ ମାମଲା ନଂ ୧୦୧/୨୨ରେ ସମୀରଙ୍କୁ ଗିରଫ କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri