Posted inଜାତୀୟ

ଇସ୍ରୋ ଗୁପ୍ତଚର କେସ୍‌: ପୂର୍ବତନ ପୋଲିସ ଅଧିକାରୀଙ୍କ ନାଁରେ ମାମଲା

ଥିରୁଭାନନ୍ତପୁରମ,୨୫ା୬: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଗୁପ୍ତଚର ମାମଲାରେ ସିବିଆଇ ଗୁରୁବାର ୧୮ ଜଣଙ୍କ ନାଁରେ ଥିରୁଭାନନ୍ତପୁରମ୍‌ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ କୋର୍ଟରେ ଏଫ୍‌ଆଇଆର ରୁଜୁ କରିଛି। ସେମାନଙ୍କ ମଧ୍ୟରେ କେରଳର ୨ ପୂର୍ବତନ ପୋଲିସ ଅଧିକାରୀ ରହିଛନ୍ତି। ସମ୍ପୃକ୍ତ ୨ ଅଧିକାରୀଙ୍କ ବିରୋଧରେ ଷଡ଼ଯନ୍ତ୍ର ରଚିବା ଏବଂ ଜାଲ୍‌ ଦସ୍ତାବିଜ୍‌ ପ୍ରସ୍ତୁତ କରିବା ଅଭିଯୋଗ ରହିଛି। ଇସ୍ରୋ ବୈଜ୍ଞାନିକ ପଦ୍ମ ବିଭୂଷଣ ଏସ୍‌. ନମ୍ବିନାରାୟଣଙ୍କୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଯିବା ପଛରେ ପୋଲିସ୍‌ ଅଧିକାରୀଙ୍କ ଷଡଯନ୍ତ୍ରର ତଦନ୍ତ ପାଇଁ ଗତ ବର୍ଷ ସୁପ୍ରିମକୋର୍ଟ ୩ ଜଣିଆ କମିଟି ଗଠନ କରିଥିଲେ। କମିଟି ରିପୋର୍ଟ ପରେ ସର୍ବୋଚ୍ଚ ନ୍ୟାୟାଳୟ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୁକ୍ତଙ୍କ ମଧ୍ୟରେ ଗୁଜରାଟର ପୂର୍ବତନ ଡିଜିପି ଆର୍‌. ବି. ଶ୍ରୀକୁମାରଙ୍କ ସମେତ ଏସ୍‌. ବିଜୟନ, ଥମ୍ପି ଏସ୍‌. ଦୁର୍ଗାଦତ୍ତ, କେ. କେ. ଜୋସୀ ପ୍ରମୁଖ ପୋଲିସ ଅଧିକାରୀ ରହିଛନ୍ତି। ଇସ୍ରୋର ତଥ୍ୟକୁ ନେଇ ଗୁପ୍ତଚରଗିରି କରିବା ମାମଲାରେ ୧୯୯୪ରେ ନମ୍ବିନାରାୟଣଙ୍କୁ ଗିରଫ କରାଯାଇଥିଲା। ୧୯୯୫ରେ ତାଙ୍କୁ ସିବିଆଇ ତାଙ୍କୁ ଛାଡ଼ିଥିଲା। ଏହାପରେ ସେ ଦୀର୍ଘଦିନରୁ ଆଇନଗତ ଲଢ଼େଇ ଜାରି ରଖିଛନ୍ତି। ମିଥ୍ୟା ଅଭିଯୋଗରେ ଜେଲ ପଠାଯିବା ସହ ତାଙ୍କୁ ଅପମାନିତ କରାଯାଇଥିବାରୁ କେରଳ ସରକାରଙ୍କ ସମେତ ଅନ୍ୟାନ୍ୟ ଏଜେନ୍ସିରୁ ନମ୍ବିନାରାୟଣ ୧.୯୦ କୋଟି କ୍ଷତିପୂରଣ ରାଶି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri