Posted inଜାତୀୟ

ଇସ୍ରୋ ଗୁପ୍ତଚର କେସ୍‌: ପୂର୍ବତନ ପୋଲିସ ଅଧିକାରୀଙ୍କ ନାଁରେ ମାମଲା

ଥିରୁଭାନନ୍ତପୁରମ,୨୫ା୬: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଗୁପ୍ତଚର ମାମଲାରେ ସିବିଆଇ ଗୁରୁବାର ୧୮ ଜଣଙ୍କ ନାଁରେ ଥିରୁଭାନନ୍ତପୁରମ୍‌ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ କୋର୍ଟରେ ଏଫ୍‌ଆଇଆର ରୁଜୁ କରିଛି। ସେମାନଙ୍କ ମଧ୍ୟରେ କେରଳର ୨ ପୂର୍ବତନ ପୋଲିସ ଅଧିକାରୀ ରହିଛନ୍ତି। ସମ୍ପୃକ୍ତ ୨ ଅଧିକାରୀଙ୍କ ବିରୋଧରେ ଷଡ଼ଯନ୍ତ୍ର ରଚିବା ଏବଂ ଜାଲ୍‌ ଦସ୍ତାବିଜ୍‌ ପ୍ରସ୍ତୁତ କରିବା ଅଭିଯୋଗ ରହିଛି। ଇସ୍ରୋ ବୈଜ୍ଞାନିକ ପଦ୍ମ ବିଭୂଷଣ ଏସ୍‌. ନମ୍ବିନାରାୟଣଙ୍କୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଯିବା ପଛରେ ପୋଲିସ୍‌ ଅଧିକାରୀଙ୍କ ଷଡଯନ୍ତ୍ରର ତଦନ୍ତ ପାଇଁ ଗତ ବର୍ଷ ସୁପ୍ରିମକୋର୍ଟ ୩ ଜଣିଆ କମିଟି ଗଠନ କରିଥିଲେ। କମିଟି ରିପୋର୍ଟ ପରେ ସର୍ବୋଚ୍ଚ ନ୍ୟାୟାଳୟ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୁକ୍ତଙ୍କ ମଧ୍ୟରେ ଗୁଜରାଟର ପୂର୍ବତନ ଡିଜିପି ଆର୍‌. ବି. ଶ୍ରୀକୁମାରଙ୍କ ସମେତ ଏସ୍‌. ବିଜୟନ, ଥମ୍ପି ଏସ୍‌. ଦୁର୍ଗାଦତ୍ତ, କେ. କେ. ଜୋସୀ ପ୍ରମୁଖ ପୋଲିସ ଅଧିକାରୀ ରହିଛନ୍ତି। ଇସ୍ରୋର ତଥ୍ୟକୁ ନେଇ ଗୁପ୍ତଚରଗିରି କରିବା ମାମଲାରେ ୧୯୯୪ରେ ନମ୍ବିନାରାୟଣଙ୍କୁ ଗିରଫ କରାଯାଇଥିଲା। ୧୯୯୫ରେ ତାଙ୍କୁ ସିବିଆଇ ତାଙ୍କୁ ଛାଡ଼ିଥିଲା। ଏହାପରେ ସେ ଦୀର୍ଘଦିନରୁ ଆଇନଗତ ଲଢ଼େଇ ଜାରି ରଖିଛନ୍ତି। ମିଥ୍ୟା ଅଭିଯୋଗରେ ଜେଲ ପଠାଯିବା ସହ ତାଙ୍କୁ ଅପମାନିତ କରାଯାଇଥିବାରୁ କେରଳ ସରକାରଙ୍କ ସମେତ ଅନ୍ୟାନ୍ୟ ଏଜେନ୍ସିରୁ ନମ୍ବିନାରାୟଣ ୧.୯୦ କୋଟି କ୍ଷତିପୂରଣ ରାଶି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri