କୋର୍ଟଙ୍କ ନିର୍ଦ୍ଦେଶରେ ସଞ୍ଜୟ, ପ୍ରଣବଙ୍କ ନାଁରେ ମାମଲା

ନବରଙ୍ଗପୁର,୨୩ା୫(ବି.ପ୍ର.): ଭାଜପା କର୍ମକର୍ତ୍ତା ଓ କର୍ମୀଙ୍କୁ ଗୋଇଠା ମାରିବା ଏବଂ ମହିଳାମାନଙ୍କୁ ଠେଲାପେଲା କରି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଅଭିଯୋଗରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ନବରଙ୍ଗପୁର ଥାନାରେ ମାମଲା ରୁଜୁ ହୋଇଛି। ଭାଜପା ଯୁବନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଗୌରୀ ଶଙ୍କର ମାଝିଙ୍କ ଅଭିଯୋଗ ତଥା ଜିଲା ଦୌରାଜଜ୍‌ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଉଭୟଙ୍କ ନାମରେ ଥାନା ନଂ. ୨୩୫/୨୨ ଏବଂ ଆଇପିସି ଦଫା ୧୪୩, ୧୪୯, ଏସ୍‌ଟି/ ଏସ୍‌ସି ଆକ୍ଟର ଦଫା ୩ ରେ ଉଭୟଙ୍କ ନାମରେ ମାମଲା ରୁଜୁ କରାଯାଇଛି। ଡିଏସ୍‌ପି ଯୁଗଳ ମଲ୍ଲିକ ଏହି ଘଟଣାର ତଦନ୍ତ ଭାର ନେଇଛନ୍ତି।
ସୂଚନାଯୋଗ୍ୟ, ୨୦୨୧ ଫେବୃୟାରୀରେ ନବରଙ୍ଗପୁର ଆର୍‌ଏମ୍‌ସି ପରିସରରେ କୃଷକ ସୂଚନା କେନ୍ଦ୍ର ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବା ନିମନ୍ତେ ସଞ୍ଜୟ ଏବଂ ପ୍ରଣବ ଆସିଥିଲେ। ଏହି ସମୟରେ ମଣ୍ଡିରୁ ଧାନ ନ ଉଠିବା ସମସ୍ୟା ନେଇ ଭାଜପା ନେତା ଓ କର୍ମୀଙ୍କ ସମେତ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥଲେ। ତେବେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଏବଂ ଯାଜପୁର ବିଧାୟକ ଚାଷୀଙ୍କ ଅଭିଯୋଗ ଶୁଣିବା ବଦଳରେ ବିଜେଡି କର୍ମୀଙ୍କ ସହ କୃଷକ ସୂଚନା କେନ୍ଦ୍ର ଉଦ୍‌ଘାଟନ ନିମନ୍ତେ ଧସେଇ ପଶିଥିବା ଅଭିଯୋଗ ହୋଇଥିଲା। ଭାଜପା କର୍ମୀ ଏବଂ ମହିଳାମାନଙ୍କୁ ଏଠାରେ ଦୁହେଁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ନେଇ ଗୌରୀଶଙ୍କର ସେତେବେଳେ ନବରଙ୍ଗପୁର ଥାନାରେ ଏତଲା ଦେଇଥିଲେ ମଧ୍ୟ ପୋଲିସ ଗ୍ରହଣ କରି ନ ଥିଲା। ୨୦୨୧ ଫେବୃୟାରୀ ୫ ରେ ଏ ନେଇ ଏସ୍‌ପିଙ୍କ ଦୃଷ୍ଟି ଆକର୍ଷଣ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିଲା। ଏହାପରେ ଗୌରୀଶଙ୍କର କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ପୂର୍ବତନ ଏମ୍‌ପି ବଳଭଦ୍ର ମାଝି, ଅରୁଣ ପୂଜାରୀ, ଶର୍ମିଷ୍ଠା ଦେଓ, ବବିତା ସାହୁ, ରାମଚନ୍ଦ୍ର ଗଡବା ପ୍ରମୁଖ ସାକ୍ଷୀ ରହିଥିଲେ। ଏବେ ଜିଲା ଦୌରାଜଜ୍‌ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶନିବାର ରାତିରେ ନବରଙ୍ଗପୁର ଥାନାରେ ସଞ୍ଜୟ ଏବଂ ପ୍ରଣବଙ୍କ ନାମରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri