Posted inଜାତୀୟ

ମଧ୍ୟପ୍ରଦେଶର ୪୭୨ ଜଣ ପ୍ରାର୍ଥୀଙ୍କ ନାମରେ ରହିଛି ମାମଲା, ଭାଜପାର ସୁରେନ୍ଦ୍ର ପଟଓ୍ବାଙ୍କ ନାଁରେ ୧୭୫

ଭୋପାଳ,୧୪।୧୧: ନଭେମ୍ବର ୧୭ରେ ମଧ୍ୟପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଆସୋସିଏସନ ଫର ଡେମୋକ୍ରାଟିକ ରିଫର୍ମସ (ଏଡିଆର) ନିର୍ବାଚନ ସହ ଜଡିତ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି। ଏଡିଆର୍‌ ରିପୋର୍ଟ ଅନୁଯାୟୀ, ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୩ରେ ମୋଟ ୨୫୩୪ପ୍ରାର୍ଥୀଙ୍କ ମଧ୍ୟରୁ ୪୭୨ (୧୯ ପ୍ରତିଶତ) ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା ପଞ୍ଜିକୃତ ହୋଇଛି।
ଏଡିଆର୍‌ ତଥ୍ୟ ଅନୁଯାୟୀ, ନାମାଙ୍କନ ପତ୍ର ସମୟରେ ଦିଆଯାଇଥିବା ଆଫିଡେଭିଟରେ ସେମାନଙ୍କ ବିରୋଧରେ ପଞ୍ଜୀକୃତ ହୋଇଥିବା ଆପରାଧିକ ମାମଲା ବିଷୟରେ ଉଲ୍ଲେଖ କରିଥିବା ପ୍ରାର୍ଥୀଙ୍କ ସଂଖ୍ୟା ହେଉଛି ୨୯୧(୧୧ ପ୍ରତିଶତ)। ହେଲେ ଏମିତି କେତେଜଣ ନେତା ଅଛନ୍ତି ଯାହାଙ୍କ ବିରୋଧରେ ଅନେକ ମାମଲା ପଞ୍ଜିକୃତ ହୋଇଛି।
ଏହି ତାଲିକାର ଶୀର୍ଷରେ ଭାଜପା ପ୍ରାର୍ଥୀ ସୁରେନ୍ଦ୍ର ପାଟୱା ଅଛନ୍ତି, ଯାହାଙ୍କ ବିରୋଧରେ ୧୭୫ଟି ଆପରାଧିକ ମାମଲା ପଞ୍ଜିକୃତ ହୋଇଛି। ତାଙ୍କ ପରେ ଭାରତ ଆଦିବାସୀ ଦଳର ପ୍ରାର୍ଥୀ କମଲେଶ୍ୱର ଡୋଡିଆର ଅଛନ୍ତି, ତାଙ୍କ ବିରୋଧରେ ୧୫ ଟି ଆପରାଧିକ ମାମଲା ପଞ୍ଜିକୃତ ହୋଇଛି।
କଂଗ୍ରେସ ପ୍ରାର୍ଥୀ ପିସି ଶର୍ମା (ପ୍ରକାଶ ମଙ୍ଗିଲାଲ ଶର୍ମା) ଙ୍କ ବିରୋଧରେ ୧୪ ଟି ଆପରାଧିକ ମାମଲା ପଞ୍ଜିକୃତ ହୋଇଛି। କଂଗ୍ରେସର ଅନ୍ୟ ଜଣେ ପ୍ରାର୍ଥୀ ସୁନୀଲ ଶର୍ମା ତାଙ୍କ ଆଫିଡେଭିଟରେ କହିଛନ୍ତି ଯେ ତାଙ୍କ ବିରୋଧରେ ୧୨ଟି ଆପରାଧିକ ମାମଲା ପଞ୍ଜିକୃତ ହୋଇଛି। ତାଙ୍କ ବିରୋଧରେ ୧୨ ଟି ଅପରାଧିକ ମାମଲା ପଞ୍ଜିକୃତ ହୋଇଥିବା ବିଜେପି ପ୍ରାର୍ଥୀ ବିସାହୁ ଲାଲ ସିଂ ତାଙ୍କ ଆଫିଡେଭିଟରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri