Posted inଫୁରସତ

ଥାନାରେ ପହଞ୍ଚିଲା କୁକୁଡ଼ା ମାରିବା ମାମଲା, ଅଭିଯୁକ୍ତଙ୍କୁ ହୋଇପାରେ ୫ ବର୍ଷ ଜେଲ!

ଲକ୍ଷ୍ନୌ,୧୭।୧୧: ଉତ୍ତରପ୍ରଦେଶର କୌଶମ୍ଭି ଜିଲାରେ ଏକ ନିଆରା ମାମଲା ସାମ୍ନାକୁ ଆସିଛି ଯେଉଁଠି ଜଣେ ଯୁବକ ତାଙ୍କ ପୋଷା କୁକୁଡ଼ା ହତ୍ୟା ପରେ ନ୍ୟାୟ ପାଇବା ପାଇଁ ପୋଲିସ ଷ୍ଟେଶନରେ ପହଞ୍ଚିଥିଲେ। ଏହି ଘଟଣା ପିପରି ପୋଲିସ ଷ୍ଟେଶନ ଅଞ୍ଚଳର ଜୱାଇ ଗ୍ରାମରେ ଘଟିଥିଲା ଯେଉଁଠାରେ ଶିବରାମ ନାମକ ଜଣେ ଯୁବକ ତାଙ୍କ କୁକୁଡ଼ା ହତ୍ୟା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କ ବିରୋଧରେ ଅଭିଯୋଗ କରିଥିଲେ।
ଶିବରାମ ପୋଲିସକୁ କହିଥିଲେ ଯେ ତାଙ୍କ କୁକୁଡ଼ା ଘର ନିକଟରେ ବୁଲୁଥିବା ବେଳେ ଗାଁର ଜଣେ ବ୍ୟକ୍ତି ତାକୁ ଏକ ଇଟା ଦ୍ୱାରା ଆଘାତ କରି ଆହତ କରିଥିଲେ। ଏହି ଆକ୍ରମଣ ଯୋଗୁଁ କୁକୁଡ଼ାର ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ଅଭିଯୋଗ କରିବାକୁ ଶିବରାମ ଅଭିଯୁକ୍ତଙ୍କ ଘରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଦୁର୍ବ୍ୟବହାର କରାଯାଇ ମାଡ ଦିଆଯାଇଥିଲା। ଏହା ପରେ ଶିବରାମ ତାଙ୍କ ମୃତ କୁକୁଡ଼ା ସହିତ ଲୋଡହୋର ଆଉଟପୋଷ୍ଟରେ ପହଞ୍ଚି ଅଭିଯୁକ୍ତଙ୍କ ବିରୋଧରେ ହତ୍ୟା ମାମଲା ପଞ୍ଜିକରଣ କରିବାକୁ ଦାବି କରିଥିଲେ।
ଶିବରାମଙ୍କ ଅଭିଯୋଗ ଉପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ କହିଛି ଯେ ଧାରା ୪୨୯ ଅନୁଯାୟୀ ଏକ ଗୃହପାଳିତ ପଶୁଙ୍କୁ ହତ୍ୟା କରିବା ଯାହାର ମୂଲ୍ୟ ୫୦ଟଙ୍କାରୁ ଅଧିକ ଅଟେ ଏହା ଏକ ଆଇନଗତ ଅପରାଧ ଏବଂ ଏଥିପାଇଁ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଦଣ୍ଡର ବ୍ୟବସ୍ଥା ରହିଛି।
ଶିବରାମ କହିଛନ୍ତି ଯେ ସେ ନିଜେ ନିଜ କୁକୁଡ଼ାର ଯତ୍ନ ନେଉଥିଲେ ଏବଂ ଏହାକୁ ସାଙ୍ଗରେ ନେଇ ଶୋଇଥା’ନ୍ତି। କୁକୁଡ଼ାଙ୍କ ମୃତ୍ୟୁରେ ସେ ଚକିତ ହୋଇ ଖାଇବା ପିଇବା ବନ୍ଦ କରି ଦେଇଛନ୍ତି। ଶିବରାମ ବର୍ତ୍ତମାନ ନିଜ କୁକୁଡ଼ା ହତ୍ୟାକାରୀଙ୍କୁ ନ୍ୟାୟ ଦେବା ପାଇଁ ସଂକଳ୍ପବଦ୍ଧ। କିଛି ଲୋକ ଏହାକୁ ମଜାଳିଆ ମନେ କରୁଥିବାବେଳେ ଅନ୍ୟମାନେ ଏହାକୁ ଗୁରୁତର ସହ ନେଇ ଶିବରାମଙ୍କ ସମର୍ଥନରେ ଛିଡା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?