ହାଇକୋର୍ଟରେ ବିଧାୟକ ମହମ୍ମଦ ମୋକିମଙ୍କ ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୧୪ା୧୦: ବାରବାଟୀ-କଟକ ବିଧାୟକ ତଥା ମେଟ୍ରୋ ବିଲ୍‌କଡର୍ସର ପରିଚାଳନା ନିର୍ଦ୍ଦେଶକ ଇଂ. ମହମ୍ମଦ ମୋକିମଙ୍କ ପକ୍ଷରୁ ନିମ୍ନ ଅଦାଲତର ଦଣ୍ଡାଦେଶ ରାୟ ବିରୋଧରେ ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ଶେଷ ହୋଇଛି। ବିଚାରପତି ବିଭୁପ୍ରସାଦ ରାଉତରାୟଙ୍କ ଇଜଲାସରେ ଗୁରୁବାର ଶୁଣାଣି ଶେଷ ହୋଇ ରାୟ ସଂରକ୍ଷିତ ରଖାହୋଇଛି। ଆବେଦନକାରୀ ମୋକିମଙ୍କ ପକ୍ଷରୁ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ମାମଲା ପରିଚାଳନା କରୁଛନ୍ତି।
ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ମୋକିମଙ୍କୁ ଦେଇଥିବା ୩ ବର୍ଷ ଜେଲ ଦଣ୍ଡାଦେଶ ଓ ୫୦ ହଜାର ଟଙ୍କା ଜରିମାନା ଆଦାୟ ରାୟ ବିରୋଧରେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ମୋକିମଙ୍କ ଆବେଦନକୁ ବିଚାର ପାଇଁ ଗ୍ରହଣ କରି ନିମ୍ନ ଅଦାଲତ ଦେଇଥିବା ଦଣ୍ଡାଦେଶ ରାୟ ଉପରେ ସ୍ଥଗିତାଦେଶ ଦେଇଥିଲେ। ଏଥିସହ ୧ ଲକ୍ଷ ଟଙ୍କା ଓ ୨ ଜଣ ଜାମିନଦାରଙ୍କ ବଦଳରେ ମୋକିମଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ। ଏହି ଦଣ୍ଡାଦେଶ ରାୟ ଫଳରେ ମୋକିମଙ୍କ ବିଧାୟକ ପଦ ପ୍ରଭାବିତ ହେବା ଆଶଙ୍କା ଥିଲା।
ଉଲ୍ଲେଖଯୋଗ୍ୟ, ଓଡ଼ିଶା ଗ୍ରାମୀଣ ଗୃହ ଉନ୍ନୟନ ନିଗମ (ଓଆର୍‌ଏଚ୍‌ଡିସି) ପକ୍ଷରୁ ମେଟ୍ରୋ ବିଲ୍‌ଡର୍ସକୁ ଅନୁଗ୍ରହ ଦେଖାଇ ଋଣ ଦିଆଯାଇଥିବା ଦୁର୍ନୀତି ମାମଲାରେ ବିଧାୟକ ମୋକିମଙ୍କ ସମେତ ଓଆର୍‌ଏଚ୍‌ଡିସିର ତତ୍କାଳୀନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର, କମ୍ପାନୀ ସେକ୍ରେଟାରି ସ୍ବସ୍ତିରଞ୍ଜନ ମହାପାତ୍ର ଓ ମେଟ୍ରୋ ବିଲ୍‌ଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ନିମ୍ନ ଅଦାଲତ ୫୦ ହଜାର ଟଙ୍କା ଲେଖାଏ ଜରିମାନା ଓ ୩ ବର୍ଷ ଲେଖାଏ ଜେଲ ଦଣ୍ଡାଦେଶ ଦେଇଥିଲେ। ବିନୋଦ କୁମାର ୨୦୦୦ ଜାନୁୟାରୀ ୪ରୁ ୨୦୦୧ ମେ’ ୧୫ ପର୍ଯ୍ୟନ୍ତ ଓଆର୍‌ଏଚ୍‌ଡିସିର ପରିଚାଳନା ନିର୍ଦ୍ଦେଶକ ଥିବାବେଳେ ମେଟ୍ରୋ ବିଲ୍‌ଡର୍ସକୁ ଅହେତୁକ ଅନୁକମ୍ପା ଦେଖାଇ ଋଣ ପ୍ରଦାନ କରିଥିଲେ। ନୟାପଲ୍ଲୀଠାରେ ମେଟ୍ରୋ ସିଟି-୨ ପ୍ରୋଜେକ୍ଟ ନାମରେ ୫୦ ନମ୍ବର ବିଶିଷ୍ଟ ଫ୍ଲାଟ୍‌ ନିର୍ମାଣ ପାଇଁ ଋଣ ଆବେଦନ କରାଯାଇଥିଲା। ମେଟ୍ରୋ ବିଲ୍‌ଡର୍ସ ପକ୍ଷରୁ ଜାଲ୍‌ ଦସ୍ତାବିଜ୍‌ ଦିଆଯାଇଥିଲା। କମ୍ପାନୀ ସେକ୍ରେଟାରି ମହାପାତ୍ର ସେଗୁଡ଼ିକ ଠିକ୍‌ ଭାବେ ଯାଞ୍ଚ କରି ନ ଥିଲେ। ଏଥିସହ ବିନୋଦ କୁମାରଙ୍କର ଋଣ ଦେବାର କ୍ଷମତା ନ ଥିବାବେଳେ ଲୋନ୍‌ କମିଟିରୁ ଅନୁମତି ଆଣି ନ ଥିଲେ ଓ ସର୍ତ୍ତାବଳୀ ପାଳନ କରି ନ ଥିଲେ। ମେଟ୍ରୋ ବିଲଡର୍ସକୁ ୩ଟି କିସ୍ତିରେ ୧ କୋଟି ୫୦ ଲକ୍ଷ ଟଙ୍କା ଲୋନ୍‌ ଦିଆଯାଇଥିଲା। ଏହା ଜଣାପଡ଼ିବା ପରେ ରାଜ୍ୟ ସରକାର ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ଭିତ୍ତିକରି ୨୦୦୫ ମାର୍ଚ୍ଚ ୩୦ରେ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଏକ ମାମଲା ରୁଜୁ ହୋଇ ତଦନ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri