ଗୋପାଳଙ୍କୁ ଜେଲରେ ସୁରକ୍ଷା ଦେବା ନେଇ ମାମଲା

କଟକ ଅଫିସ,୨୧ା୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସ ଓ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇଦେବା ନେଇ ସୋମବାର ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ମାମଲାକୁ ଶୁଣାଣି ପାଇଁ ଗ୍ରହଣ କରାଯାଇଥିବା ଆବେଦନକାରୀ ଆଇନଜୀବୀ ସୁମନ୍ତ କୁମାର ସ୍ବାଇଁ ସୂଚନା ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ଗତ ୨୯ା୧ା୨୦୨୩ରେ ତତ୍କାଳୀନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ କାର୍ଯ୍ୟରତ ପୋଲିସ ଏଏସ୍‌ଆଇ ଗୋପାଳ ଦାସଙ୍କୁ ଅଭିଯୁକ୍ତ ଭାବେ ଦର୍ଶାଯାଇ ପୋଲିସ ଗିରଫ କରିଥିଲା। ମାମଲାର ତଦନ୍ତ ସହ ସତ୍ୟ ଉନ୍ମୋଚନ ପାଇଁ କ୍ରାଇମବ୍ରାଞ୍ଚ ଗୋପାଳଙ୍କୁ ବିଭିନ୍ନ ଜାଗାକୁ ନେବା ସହ ନାନା ପରୀକ୍ଷା କରାଇଛି। ହେଲେ ଏଯାଏ ସର୍ବସମ୍ମୁଖକୁ ସତ୍ୟ ଆସିପାରିନାହିଁ। ପୂର୍ବତନ ମନ୍ତ୍ରୀ ଦାସ ତାଙ୍କର କାର୍ଯ୍ୟକଳାପ ପାଇଁ ଲୋକପ୍ରିୟ ଥିଲେ। ସ୍ପଷ୍ଟ ଦିବାଲୋକରେ ତାଙ୍କର ହତ୍ୟା ସମଗ୍ର ରାଜ୍ୟ ପାଇଁ ଏକ ଗୁରୁତର ପ୍ରସଙ୍ଗ। ଗୋପାଳ ନିଜ ପୋଲିସ ଚାକିରି କାଳରେ ବହୁ ପୁରସ୍କାର ପାଇଛନ୍ତି। ସେ ନିଜ କାର୍ଯ୍ୟରେ ବହୁ ତତ୍ପର ଥିବାବେଳେ ତାଙ୍କ ବିରୋଧରେ କୌଣସି ଫୌଜଦାରି କାର୍ଯ୍ୟକଳାପ ନ ଥିଲା। ପୂର୍ବତନ ମନ୍ତ୍ରୀ ଦାସଙ୍କ ସହିତ ତାଙ୍କର ବି କୌଣସି ରାଜନୈତିକ ସମ୍ପର୍କ ବା ପ୍ରତିଦ୍ୱନ୍ଦ୍ୱିତା ନ ଥିଲା। ଏବେ ଗୋପାଳଙ୍କୁ ତଦନ୍ତକାରୀ ସଂସ୍ଥା ଓ କେତେକ ରାଜନୈତିକ ଦଳ ନିନ୍ଦିତ କରୁଛନ୍ତି। ପ୍ରତି ମୁହୂର୍ତ୍ତରେ ତାଙ୍କ ଜୀବନ ବିପଦରେ ରହିଛି। ସେହିପରି ତାଙ୍କ ପରିବାର ସଦସ୍ୟମାନେ ମଧ୍ୟ ଭୟାତୁର ଜୀବନ ବିତାଉଛନ୍ତି। ଗୋପାଳ ଜଣେ ପୋଲିସ ଅଧିକାରୀ ହୋଇଥିବାବେଳେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ସେ ସମ୍ପୃକ୍ତ ଥିବା ସନ୍ଦେହ ସୃଷ୍ଟି କରୁଛି। ରାଜନୈତିକ ବ୍ୟକ୍ତିମାନେ ସମାଜରେ ସୁରକ୍ଷିତ ନ ଥିବା ବେଳେ ସାଧାରଣ ଲୋକେ ନିଜକୁ କେବେ ସୁରକ୍ଷିତ ମନେ କରୁନାହାନ୍ତି। ଗୋପାଳ ଯଦିଓ ୨୪ଘଣ୍ଟିଆ ସିସିଟିଭି କ୍ୟାମେରା ନଜରରେ ରହୁଛନ୍ତି, ତଥାପି ତାଙ୍କର ତଥା ତାଙ୍କ ପରିବାରକୁ ଉପଯୁକ୍ତ ସୁରକ୍ଷା ପ୍ରଦାନ କରିବା ନିମନ୍ତେ ଆବେଦନରେ ଦର୍ଶାଯାଇଛି। ଏଥିରେ ପୋଲିସ ଡିଜି, ଚୌଦ୍ୱାର ଜେଲ ଅଧୀକ୍ଷକ, ଜେଲ ବିଭାଗ ଆଇଜି ଏବଂ ଆଇଟି ସେଲ୍‌ ଡିଜିଙ୍କୁ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri