ଉଚ୍ଚ ଶିକ୍ଷାନୁଷ୍ଠାନରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ମାମଲା:ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ନିର୍ଦ୍ଦେଶ

କଟକ,୬ା୧୦ (କାର୍ତ୍ତିକ ସାହୁ):ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ବିରୋଧରେ ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ଗୁରୁବାର ହୋଇଛି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି। ଉଚ୍ଚ ଶିକ୍ଷାନୁଷ୍ଠାନରେ କେବେଠାରୁ, କାହିଁକି ନିର୍ବାଚନ ବନ୍ଦ ହୋଇଛି, ସେ ସଂକ୍ରାନ୍ତରେ ହାଇକୋର୍ଟଙ୍କୁ ଅବଗତ କରାଇବା ନିମନ୍ତେ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମାମଲାର ବିବରଣୀ ଅନୁଯାୟୀ, ଗତ ୫ ବର୍ଷ ଧରି ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ରହିଛି। ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟର କ୍ୟାମ୍ପସଗୁଡ଼ିକ ଅଶାନ୍ତ ରହିବା ଓ ଲିଙ୍ଗ୍‌ଡୋ କମିଶନ ନିୟମ ପାଳନ କରା ନ ଯିବା ଦର୍ଶାଇ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ କରାଉନାହାନ୍ତି। ହେଲେ ସମ୍ବିଧାନ ଓ ଲିଙ୍ଗ୍‌ଡ଼ୋ କମିଶନଙ୍କ ରିପୋର୍ଟ ଅନୁଯାୟୀ ୧୮ବର୍ଷ ବୟସରେ ଜଣେ ବ୍ୟକ୍ତି ଦେଶ ତଥା ରାଜ୍ୟର ନେତା ମନୋନୀତ କରିବାର ଅଧିକାର ପାଉଛନ୍ତି। ତେଣୁ ରାଜ୍ୟର ସରକାରୀ, ବେସରକାରୀ, ଅନୁଦାନପ୍ରାପ୍ତ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ କରାଇବାକୁ ନିର୍ଦ୍ଦେଶ ଦେବା ନିମନ୍ତେ ପ୍ରାର୍ଥନା କରି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପକ୍ଷରୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଗତ ସେପ୍ଟେମ୍ବର ୧୮ରେ ଦାଏର ହୋଇଛି। ଏବିଭିପିର ରାଜ୍ୟ ସମ୍ପାଦକ ଅରିଜିତ ପଟ୍ଟନାୟକ ଓ ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ଚଣ୍ଡୀ ପ୍ରସାଦ ସୁଆରଙ୍କ ପକ୍ଷରୁ ଏହି ମାମଲା ରୁଜୁ ହୋଇଛି। ଏହି ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଶିକ୍ଷା ସଚିବ, ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ, ଗଣଶିକ୍ଷା ବିଭାଗ ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ମାମଲା ପରିଚାଳନା କରୁଛନ୍ତି। ଆଇନଜୀବୀ ସୌମିକ ତ୍ରିପାଠୀ ଏବଂ ସୁମନ ପ୍ରିୟଦର୍ଶିନୀ ମାମଲା ପରିଚାଳନାରେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri