Posted inଖେଳ

ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍‌ଙ୍କ ମାମଲା

ଲଣ୍ଡନ,୮।୬: ଇଂଲଣ୍ଡ ପେସର୍‌ ଓଲି ରବିନ୍‌ସନ୍‌ ବିବାଦୀୟ ଟୁଇଟ୍‌ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ ସମର୍ଥନ କରିଛନ୍ତି ଯେ, ଓଲିଙ୍କୁ ନିଲମ୍ବନ କରି ଇଂଲଣ୍ଡ କ୍ରିକେଟ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବ୍ରିଟେନର କ୍ରୀଡ଼ା ଓ ସଂସ୍କୃତି ମନ୍ତ୍ରୀ ଅଲିଭର ଡାଉଡେନ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ଇସିବି)କୁ ୨୭ ବର୍ଷୀୟ ନିଲମ୍ବନ ଉପରେ ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି।
ରବିବାର ଦିନ ଡ୍ରରେ ଶେଷ ହୋଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଓଲି ରବିନ୍‌ସନ୍‌ ବଲ ଏବଂ ବ୍ୟାଟ ଦ୍ୱାରା ପ୍ରଭାବିତ କରିଥିଲେ। ଏହି ସମୟରେ ୨୦୧୨ ଏବଂ ୨୦୧୩ରେ ପୋଷ୍ଟ କରାଯାଇଥିବା ଟୁଇଟ୍‌ ପରେ ଅନୁସନ୍ଧାନ ଫଳାଫଳ ପର୍ଯ୍ୟନ୍ତ ଇସିବି ରବିନସନ୍‌ଙ୍କୁ ସମସ୍ତ ପ୍ରକାର ଅନ୍ତର୍ଜାତୀୟ କ୍ରିକେଟରୁ ନିଲମ୍ବିତ କରିଛି। ପ୍ରଧାନମନ୍ତ୍ରୀ ଜନସନଙ୍କ ମୁଖପାତ୍ର କହିଛନ୍ତି ଯେ, ଏହି ମନ୍ତବ୍ୟ ଏକ ଦଶନ୍ଧି ପୂର୍ବରୁ ଦିଆଯାଇଥିଲା, ସେତେବେଳେ ସେ କିଶୋର ଥିଲେ। ତାଙ୍କ ମନ୍ତବ୍ୟ ପାଇଁ କ୍ଷମା ମାଗିଛନ୍ତି। ଏହାପୂର୍ବରୁ ବ୍ରିଟେନ କ୍ରୀଡାମନ୍ତ୍ରୀ କହିଥିଲେ, ଓଲିଙ୍କ ଟୁଇଟ୍‌ ଆପତ୍ତିଜନକ ଏବଂ ଭୁଲ ଥିଲା, ଏହା ଏକ ଦଶନ୍ଧି ପୁରୁଣା ଏବଂ ଜଣେ କିଶୋର ଅବସ୍ଥାରେ ସେ ଏହା ଲେଖିଥିଲେ। ସେ ଏବେ ଜଣେ ପୁରୁଷ ଏବଂ ସେ ମଧ୍ୟ କ୍ଷମା ମାଗିଛନ୍ତି। ଇସିବି ତାଙ୍କୁ ନିଲମ୍ବିତ କରିଛି ଏବଂ ସେ ପୁନର୍ବାର ଚିନ୍ତା କରିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri