ଛାତରୁ ନାବାଳକଙ୍କ ମୃତଦେହ ଜବତ ଘଟଣା: ୩ ମାସ ପରେ ବି ଅଭିଯୁକ୍ତ ଚିହ୍ନଟ ହେଲେନି

ବ୍ରହ୍ମପୁର,୧୪ା୮(ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଜଗଦଳପୁର ନିକଟ ବାଉରୀ କମାପଲ୍ଲୀ ଗ୍ରାମର ନାବାଳକ ଶିବ ଦାସ(୭)ଙ୍କ ମୃତଦେହ ତାଙ୍କ ଘର ଛାତ ଉପରୁ ଗତ ମେ ୧୫ ତାରିଖ ଅପରାହ୍ନରେ ମିଳିଥିଲା। ତାଙ୍କର ଏଭଳି ସନ୍ଦେହଜନକ ମୃତ୍ୟୁକୁ ନେଇ ତାଙ୍କୁ କେହି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ମୃତଦେହ ପଞ୍ଚନାମା ବେଳେ ଶିଶୁର ବେକରେ କଳାଦାଗ ଥିବା ଦେଖାଯାଇଥିଲା। ପୋଲିସ ନଂ.୧୩/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଥିଲା। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ପୋଲିସ ଅପମୃତ୍ୟୁ ମାମଲାକୁ ହତ୍ୟା ମାମଲାରେ ରୂପାନ୍ତରିତ କରିଛି। ୨୧୭/୨୩ ରେ ଏକ ହତ୍ୟା ମାମଲା ରୁଜୁ ହୋଇଛି। ତେବେ ଘଟଣାର ୩ ମାସ ପରେ ବି ପୋଲିସ ହତ୍ୟା ଅଭିଯୁକ୍ତଙ୍କୁ ଚିହ୍ନଟ କରିପାରିନାହିଁ। ଅନ୍ୟପଟେ ଗ୍ରାମର ଅନେକ ଲୋକଙ୍କୁ ସନ୍ଦେହରେ ଆଣି ପଚରାଉଚରା କରିଛି। ଘଟଣାଦିନ ଶିବ ଯେଉଁ ପିଲାମାନଙ୍କ ସହ ଖେଳୁଥିଲେ ସେମାନଙ୍କୁ ପୋଲିସ ତାଙ୍କ ପରିବାର ଲୋକଙ୍କ ସହାୟତାରେ ଥାନାକୁ ଡାକି ପଚରାଉଚରା କରି ଛାଡ଼ି ଦେଇଥିଲା। ତଥାପି ପୋଲିସକୁ ସେଭଳି କିଛି ସଫଳତା ମିଳିପାରିନାହିଁ। ସୂଚନାଯୋଗ୍ୟ, ଘଟଣାଦିନ ଶିବ ତାଙ୍କ ଘର ଛାତ ଉପରେ ଅଚେତ ଅବସ୍ଥାରେ ପଡ଼ିଥିବା ଦେଖାଯାଇଥିଲା। ସେଠାରୁ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri