ଛାତରୁ ନାବାଳକଙ୍କ ମୃତଦେହ ଜବତ ଘଟଣା: ୩ ମାସ ପରେ ବି ଅଭିଯୁକ୍ତ ଚିହ୍ନଟ ହେଲେନି

ବ୍ରହ୍ମପୁର,୧୪ା୮(ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଜଗଦଳପୁର ନିକଟ ବାଉରୀ କମାପଲ୍ଲୀ ଗ୍ରାମର ନାବାଳକ ଶିବ ଦାସ(୭)ଙ୍କ ମୃତଦେହ ତାଙ୍କ ଘର ଛାତ ଉପରୁ ଗତ ମେ ୧୫ ତାରିଖ ଅପରାହ୍ନରେ ମିଳିଥିଲା। ତାଙ୍କର ଏଭଳି ସନ୍ଦେହଜନକ ମୃତ୍ୟୁକୁ ନେଇ ତାଙ୍କୁ କେହି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ମୃତଦେହ ପଞ୍ଚନାମା ବେଳେ ଶିଶୁର ବେକରେ କଳାଦାଗ ଥିବା ଦେଖାଯାଇଥିଲା। ପୋଲିସ ନଂ.୧୩/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଥିଲା। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ପୋଲିସ ଅପମୃତ୍ୟୁ ମାମଲାକୁ ହତ୍ୟା ମାମଲାରେ ରୂପାନ୍ତରିତ କରିଛି। ୨୧୭/୨୩ ରେ ଏକ ହତ୍ୟା ମାମଲା ରୁଜୁ ହୋଇଛି। ତେବେ ଘଟଣାର ୩ ମାସ ପରେ ବି ପୋଲିସ ହତ୍ୟା ଅଭିଯୁକ୍ତଙ୍କୁ ଚିହ୍ନଟ କରିପାରିନାହିଁ। ଅନ୍ୟପଟେ ଗ୍ରାମର ଅନେକ ଲୋକଙ୍କୁ ସନ୍ଦେହରେ ଆଣି ପଚରାଉଚରା କରିଛି। ଘଟଣାଦିନ ଶିବ ଯେଉଁ ପିଲାମାନଙ୍କ ସହ ଖେଳୁଥିଲେ ସେମାନଙ୍କୁ ପୋଲିସ ତାଙ୍କ ପରିବାର ଲୋକଙ୍କ ସହାୟତାରେ ଥାନାକୁ ଡାକି ପଚରାଉଚରା କରି ଛାଡ଼ି ଦେଇଥିଲା। ତଥାପି ପୋଲିସକୁ ସେଭଳି କିଛି ସଫଳତା ମିଳିପାରିନାହିଁ। ସୂଚନାଯୋଗ୍ୟ, ଘଟଣାଦିନ ଶିବ ତାଙ୍କ ଘର ଛାତ ଉପରେ ଅଚେତ ଅବସ୍ଥାରେ ପଡ଼ିଥିବା ଦେଖାଯାଇଥିଲା। ସେଠାରୁ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri