ମାନବାଧିକାର କମିଶନରେ ପହଞ୍ଚିଲା ମାମଲା

ଉଦଳା,୧୩ା୧୦(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଭାଲୁହୁରୁଡ଼ା ଗ୍ରାମରେ ଗେଣ୍ଡୁ ଚାରା ଚୋରି ପାଇଁ ଜଣେ ନାବାଳିକାଙ୍କୁ ସମ୍ପର୍କୀୟ ବଡ଼ ମା’ ହତ୍ୟା କରିବା ପରେ ରଶିରେ ବାନ୍ଧି ଝୁଲାଇଦେବା ଘଟଣା ମାନବାଧିକାର କମିଶନଙ୍କ ନିକଟରେ ପହଞ୍ଚିଛି। ନ୍ୟାୟ ପାଇଁ ଲଢ଼େଇ ପରିବାରର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ ଏହି ଘଟଣାକୁ ନେଇ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମୃତା ନାବାଳିକାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ସହିତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନେଇ ସେ ମାନବାଧିକାର କମିଶନରଙ୍କୁ ଅନୁରୋଧ କରିଛନ୍ତି। ଏହି ମାମଲାରେ ରାଜ୍ୟ ଗୃହ ବିଭାଗ, ପୋଲିସ ମହା ନିର୍ଦ୍ଦେଶକ ଓ ମୟୂରଭଞ୍ଜ ଏସ୍‌ପିଙ୍କୁ ପକ୍ଷଭୁକ୍ତ କରାଯାଇଛି। ଏ ନେଇ ମାନବାଧିକାର କମିଶନରେ ମାମଲା(ନଂ. ୧୭୦୬୩/୨୦୨୩) ରୁଜୁ ହୋଇଛି।
ଉଲ୍ଲେଖଯୋଗ୍ୟ, ବୁଧବାର ମଧ୍ୟାହ୍ନରେ ସାମାନ୍ୟ ଗେଣ୍ଡୁ ଚାରା ଚୋରିକୁ ନେଇ ଗୁଣ୍ଟି ହଁାସଦାଙ୍କ ଝିଅ ସରସ୍ବତୀଙ୍କୁ ସମ୍ପର୍କୀୟ ବଡ଼ ମା’ ଏକ ବେଗୁନିଆ ବାଡ଼ିରେ ପିଟିପିଟି ମାରିଦେବା ପରେ ଆତ୍ମହତ୍ୟା ରୂପ ଦେବା ପାଇଁ ବେକରେ ରଶି ବାନ୍ଧି ଝୁଲାଇ ଦେଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ବଡ଼ ମା’ ଲକ୍ଷ୍ମୀ ମୁର୍ମୁଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri