ଅର୍ଥକାରୀ ଫସଲ ଆଖୁଚାଷ ତଳମୁହାଁ

କେନ୍ଦ୍ରାପଡ଼ା ଅଫିସ, ୧୪ା୨: କେନ୍ଦ୍ରାପଡ଼ା ଜିଲାର ୭୦ ପ୍ରତିଶତ ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ। ତେବେ ଅର୍ଥକାରୀ ଫସଲ ଉତ୍ପାଦନ ପାଇଁ ବିଭିନ୍ନ ସମସ୍ୟାର ସମାଧାନ ଦୀର୍ଘଦିନ ଧରି ହେଉନାହିଁ। ପ୍ରାୟ ୧୫ ହଜାର ହେକ୍ଟର ଅଞ୍ଚଳରେ ହେଉଥିବା ଆଖୁଚାଷ ଚଳିତବର୍ଷ ୧ ହଜାର ହେକ୍ଟରକୁ ଛୁଇଁପାରିନାହିଁ। ସେହିପରି ଝୋଟ ପାଇଁ ପ୍ରସିଦ୍ଧିଲାଭ କରିଥିବା ଗବେଷଣା କେନ୍ଦ୍ର ଏବେ ଅକାମୀ ହୋଇଛି। ହରଡ଼, ସୂର୍ଯ୍ୟମୁଖୀଠାରୁ ଆରମ୍ଭ କରି ବହୁ ଅର୍ଥକରୀ ଫସଲ ଉପତ୍ାଦନ, ବିକ୍ରି ପାଇଁ ଜଳ ପରିଚାଳନା ଓ ମଣ୍ଡିର ଅଭାବ ଦେଖାଦେଇଛି। ଉନ୍ନତ ଜ୍ଞାନ କୌଶଳ ପ୍ରଦାନ ସହିତ ଉପାନ୍ତ ଅଞ୍ଚଳରେ ଥିବା ନଦୀଗୁଡ଼ିକ ସଂଯୋଗୀକରଣ ପାଇଁ ଏକ ବୃହତ୍‌ କେନାଲର ଆବଶ୍ୟକତା ଥିବା ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି। ପଟ୍ଟାମୁଣ୍ଡାଇର ଆଖୁଚାଷୀ ଅକ୍ଷୟ ବେହେରା କହିଛନ୍ତି, ଜିଲାର ଗରଦପୁର, ମାର୍ଶାଘାଇ, ଡେରାବିଶ, ପଟ୍ଟାମୁଣ୍ଡାଇ, ଆଳି, ରାଜକନିକା ବ୍ଲକ ଅଞ୍ଚଳର ଚାଷୀ ୧୦ ବର୍ଷ ପୂର୍ବେ ଆଖୁଚାଷକୁ ପ୍ରାଧାନ୍ୟ ଦେଇଥିଲେ। ତତ୍କାଳୀନ ସମୟରେ ୧୫ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଅଞ୍ଚଳରେ ଆଖୁଚାଷ ହେଉଥିଲା। ନିକଟସ୍ଥ କୃଷ୍ଣଦାସପୁରରେ ଏକ ଆଖୁ ମିଲ୍‌ ଥିଲା। ଏହି ମିଲ୍‌ ବନ୍ଦ ହେବା ସହିତ କ୍ଷେତକୁ ଜଳ ପରିଚାଳନା ନ ହେବାରୁ ଚାଷ ନଷ୍ଟ ହେଉଛି। ବୃହତ୍‌ ବଜାର ଅଭାବରୁ ପର୍ବପର୍ବାଣି ପାଇଁ ମାତ୍ର ହଜାର ହେକ୍ଟର ଅଞ୍ଚଳରେ ଏବେ ଚାଷ ହେଉଛି। କେନ୍ଦ୍ରାପଡ଼ା ବ୍ଲକ କଂସାର ଗ୍ରାମର ଚାଷୀ ନିରଞ୍ଜନ ପରିଡ଼ା କହିଛନ୍ତି, ଜିଲାରେ ଚାଷ କରି ସାମ୍ପ୍ରତିକ ସମୟରେ ପରିବାର ପ୍ରତିପୋଷଣ କରିବା ବଡ଼ କଷ୍ଟକର। ୧୫ ଏକର ଜମିରେ ହରଡ଼ ଓ ସୂର୍ଯ୍ୟମୁଖୀ ଚାଷ ହେଉଥିବା ବେଳେ ଚଳିତ ବର୍ଷ ମଜୁରି ମୂଲ୍ୟ, ଜଳ ଯୋଗାଣ ଆଦି ଅସୁବିଧା ସୃଷ୍ଟି ହେବାରୁ କ୍ଷେତ ପଡ଼ିଆ ରହିବ। ବଜାରରେ ଉପଯୁକ୍ତ ମୂଲ୍ୟ ନ ମିଳିବାରୁ ବାଧ୍ୟ ହୋଇ ଦୁଇପୁଅ କର୍ମନିଯୁକ୍ତି ପାଇଁ ସୁରଟକୁ ଯାଇଛନ୍ତି। କୃଷକ ନେତା ଦୁର୍ଯ୍ୟୋଧନ ସାହୁ କହିଛନ୍ତି, କେନ୍ଦ୍ର ସରକାରଙ୍କ ଆତ୍ମନିର୍ଭର ଭାରତ ସ୍ଲୋଗାନ ଓ ରାଜ୍ୟ ସରକାରଙ୍କ କେନ୍ଦ୍ରାପଡ଼ା ଜିଲାର କୃଷି ପ୍ରତି ବିଶେଷ ଧ୍ୟାନ ଦେବା ପ୍ରତିଶ୍ରୁତି ଏଠାରେ କାର୍ଯ୍ୟକାରୀ ହେଉନାହିଁ। ଦୀର୍ଘ ୨୫ ବର୍ଷ ଧରି ଜଳସେଚନ ପାଇଁ କେନାଲ ଖନନ ହୋଇ ନ ଥିବା ବେଳେ ଖରିଫ ଧାନ ଚାଷ ସମୟରେ ଜଳ ନିଷ୍କାସନ ଏକ ସମସ୍ୟା ହୋଇଛି। ରାଜ୍ୟରେ ପ୍ରତିବର୍ଷ ୨.୨୧ ଲକ୍ଷ ମେଟ୍ରିକ ଟନ ଚିନିର ଆବଶ୍ୟକତା ଅଛି। ଏଥିପାଇଁ ଆଖୁଚାଷକୁ ପ୍ରୋତ୍ସାହନ ମିଳିବା କଥା। ଜିଲାରେ ଏହି ଚାଷ ଏବେ ତଳମୁହାଁ ହୋଇଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଚିନିକଳକୁ ବନ୍ଦ କରାଯାଉଛି। ଉପଯୁକ୍ତ ବଜାର ମଣ୍ଡି ନ ହେଲେ ଚାଷୀ କ୍ଷତି ସହିବ। ବୁଦ୍ଧିଜୀବୀ ମୀର ଅବୁ ଓବେଦା କହିଛନ୍ତି, ଜିଲା ପାଇଁ ଜଳ ପରିଚାଳନା ଏକ ବଡ଼ ସମସ୍ୟା। ଏହାର ସମାଧାନ ପାଇଁ ଉପାନ୍ତ ଅଞ୍ଚଳରେ ଥିବା ନଦୀର ସଂଯୋଗୀକରଣ କେନାଲ ଆବଶ୍ୟକ। ବନ୍ୟା ସମୟରେ ଏହାକୁ ସୁପରିଚାଳନା କରିହେବ। ସେହିପରି ବିଭିନ୍ନ ବ୍ଲକେଜ ମାଧ୍ୟମରେ କ୍ଷେତକୁ ଜଳସେଚନ ହୋଇପାରିବ। ଏ ସମ୍ପର୍କରେ ଜଜାଙ୍ଗସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ସୂର୍ଯ୍ୟ ନାରାୟଣ ମିଶ୍ର କହିଛନ୍ତି, ଏହି ଜିଲା ପ୍ରାକୃତିକ ବିପର୍ଯ୍ୟୟ ଜୋନରେ ଅଛି। ଜିଲାରେ ଚାଷ ପାଇଁ ଉପଯୁକ୍ତ ପରିମାଣରେ ବର୍ଷା ହେଉଥିଲେ ମଧ୍ୟ ୪ ପ୍ରକାର ମାଟି ଅଛି। ଏହାକୁ ଭିତ୍ତିକରି ସମନ୍ବିତ ଚାଷକୁ ଗୁରୁତ୍ୱ ଦିଆଯାଇଛି। ପୋଖରୀ, ପନିପରିବା, ଫଳଗଛ ଲଗାଇବାକୁ ପରାମର୍ଶ ଦିଆଯାଉଛି। ସେହିପରି ଛେଳି, କୁକୁଡ଼ା ଫାର୍ମ, ଛତୁ, ହଳଦୀ ଓ ଔଷଧୀୟ ବୃକ୍ଷ ଜିଲାର ଅର୍ଥନୀତି କ୍ଷେତ୍ରରେ ପରିବର୍ତ୍ତନ ଆଣିପାରିବ ବୋଲି ସେ ମତ ଦେଇଛନ୍ତି। ଜିଲା ଉଦ୍ୟାନ କୃଷି ଅଧିକାରୀ କନ୍ଦ ଜେନାଙ୍କୁ ପଚାରିବାରେ ଉନ୍ନତ ବୈଷୟିକ ଜ୍ଞାନକୌଶଳର ତାଲିମ କାର୍ଯ୍ୟକ୍ରମ ଚାଲିଛି। ତେବେ ବଜାର ମଣ୍ଡି ଆଖୁ ପରି ଅର୍ଥକରୀ ଫସଲ ଉପତ୍ାଦନ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri