ଯେଉଁ ଜାତିର ଜନସଂଖ୍ୟା ଯେତେ, ସେମାନଙ୍କୁ ଭାଗ ମିଳୁ ସେତେ:ରାମ ମୂର୍ତ୍ତି

ଭୁବନେଶ୍ୱର,୨୭ା୨(ସୁନିତ୍‌ ମିଶ୍ର):ଓଡ଼ିଶାର ବିଭିନ୍ନ ଜିଲାରୁ ଆସିଥିବା ଦଳିତ ବର୍ଗର ପ୍ରତିନିଧିଙ୍କୁ ନେଇ ସୋମବାର ଅଖିଳ ଭାରତ ଦଳିତ ଅଧିକାର ଆନ୍ଦୋଳନର ପ୍ରଥମ ରାଜ୍ୟ ସମ୍ମିଳନୀ ସ୍ଥାନୀୟ ଭଗତୀ ଭବନ ସମ୍ମିଳନୀ କକ୍ଷରେ କେଏମୟୁ ରାଜ୍ୟ ସମ୍ପାଦକ ସୁର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ସମ୍ମିଳନୀ ପ୍ରାରମ୍ଭରେ ଅଖିଳ ଭାରତ ଦଳିତ ଅଧିକାର ଆନ୍ଦୋଳନର ସର୍ଭାରତୀୟ ସଭାପତି କେ.ରାମ ମୁର୍ତ୍ତି ସଙ୍ଗଠନର ପତାକା ଉତ୍ତୋଳନ କରି ଆମ ଭାରତୀୟ ସମାଜରେ ଥିବା ଘୃଣ୍ୟ ଜାତିବାଦ ସମ୍ପର୍କରେ ଆଲୋଚନା କରିବା ସହ ଯେଉଁ ଜାତିର ଜନସଂଖ୍ୟା ଯେତେ- ସେମାନଙ୍କୁ ଭାଗ ସେତେ ଦିଆଯାଉ ବୋଲି ସେ ଆହ୍ବାନ ଦେଇଛନ୍ତି।
ଏହି ସମ୍ମିଳନୀରେ ସିପିଆଇ ରାଜ୍ୟ ସମ୍ପାଦକ କମ୍ରେଡ୍‌ ଅଭୟ ସାହୁ ଉଦଘାଟନ କରି ସମଗ୍ର ଦେଶରେ ମଣ୍ଡଳ କମିଶନ ସୁପାରିଶ କାର୍ଯ୍ୟକାରୀ ହେବା ବେଳେ ଓଡ଼ିଶାରେ ବିଜେଡି ସରକାର ଆଦିବାସୀ, ଦଳିତ ଓ ପଛୁଆ ବର୍ଗଙ୍କୁ ତାଙ୍କ ଅଧିକାରରୁ ବଞ୍ଚିତ କରି ରଖିଛନ୍ତି। ଏଆଇଟିୟୁସି ରାଜ୍ୟ ସମ୍ପାଦକ ଜୟନ୍ତ ଦାସ ସମ୍ମିଳନୀକୁ ଶୁଭେଚ୍ଛା ଜଣାଇ ଜାତିଭିତ୍ତିକ ଜନଗଣନା ପାଇଁ ରାଜ୍ୟବ୍ୟାପୀ ଶକ୍ତିଶାଳୀ ଆନ୍ଦୋଳନ ପାଇଁ ଆହ୍ବାନ ଦେଇଛନ୍ତି। ଏଆଇଏସ୍‌ଏଫ୍‌ ରାଜ୍ୟ ସଭାପତି ସଙ୍ଘମିତ୍ରା ଜେନା କହିଛନ୍ତି, ଜାତୀୟ ଶିକ୍ଷାନୀତି-୨୦୨୦ ଶୋଷଣ ଓ ଅତ୍ୟାଚାରକୁ ବଳବତ୍ତର ରଖିବା ପାଇଁ ଉଦ୍ଦିଷ୍ଟ ବୋଲି କହିଛନ୍ତି। ଉତ୍କଳ ମହିଳା ସମିତି ସଭାପତି ପ୍ରମୋଦିନୀ ପାଇକରାୟ, ଅଖିଳ ଭାରତ କୃଷକ ସଭା ପକ୍ଷରୁ ଦୋଶିଷ ପରିଜା ଉଦବୋଧନ ଦେଇ ସମ୍ମିଳନୀର ସଫଳତା କାମନା କରିଛନ୍ତି। ଏହି ସମ୍ମିଳନୀରେ ୨୦ ଜଣରୁ ଅଧିକ ସାଥୀ ବିଭିନ୍ନ ପ୍ରସ୍ତାବ ଉପରେ ଆଲୋଚନା କରିଛନ୍ତି। ବିଭିନ୍ନ ଦାବି ନେଇ ଶକ୍ତିଶାଳୀ ଦଳିତ ଆନ୍ଦୋଳନ ଗଢ଼ି ତୋଳିବା ପାଇଁ ଏକ ୧୩ ଜଣିଆ ରାଜ୍ୟ କମିଟି ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri