ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବିଲେଇକୁ ଦେଖିବାକୁ ମିଳୁଛି। ବିଲେଇଟି ପାହଚରୁ ତଳକୁ ଯେପରି ଓହ୍ଲାଉଛି ଦେଖିଲେ ଲାଗିବ ଯେମିତି ଏକ ସାପ ତଳକୁ ଓହ୍ଲାଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।
It’s Sunday pic.twitter.com/eLTgroW18J
— Susanta Nanda IFS (@susantananda3) October 24, 2021