କାମୁଡି ଗୋଡାଉଛନ୍ତି ବନ୍ୟାଜଳରେ ଭାସି ଆସିଥିବା ଗୋରୁ

ସାଲେପୁର,୧୮।୮(ଡି.ଏନ୍‌.ଏ.): ଚିତ୍ରୋତ୍ପଳା ନଦୀ ବନ୍ୟାଜଳରେ ଭାସି ଆସିଥିବା ଗୋରୁ ଲୋକମାନଙ୍କୁ ଆକ୍ରମଣ କରୁଛନ୍ତି। ସେମାନେ ଲୋକମାନଙ୍କୁ କାମୁଡ଼ି ଗୋଡାଉଛନ୍ତି। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ବନ୍ୟାଜଳରେ ଭାସି ଆସିଥିବା ୪ରୁ ୫ଟି ଗୋରୁ ସାଲେପୁର କଲେଜ ନିକଟସ୍ଥ ପଠାରେ ଲାଗିବା ପରେ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ। ହେଲେ ସେହି ଗୋରୁ ଲୋକମାନଙ୍କୁ କାମୁଡ଼ି ଗୋଡ଼ାଇବା ସହ ଆକ୍ରମଣ କରିଥିଲେ। ଏଥିରେ ମାଛୁଆତି ଗ୍ରାମର ସରୋଜ ମଲ୍ଲିକ, ରଙ୍ଗ ମଲ୍ଲିକ, ବାଲିସାହି ପଞ୍ଚାୟତ ନିର୍ବାହୀ ଅଧିକାରୀ କ୍ଷୀରୋଦ ବାରିକ ଆହତ ହୋଇଛନ୍ତି। ରଙ୍ଗ ମଲ୍ଲିକଙ୍କ ଅବସ୍ଥା ଗୁରୁତର ରହିଛି। ସ୍ଥାନୀୟ ସାମାଜିକ କର୍ମୀ ସାବିତ୍ରୀ ପଣ୍ଡା, ବଜରଙ୍ଗ ଦଳ କର୍ମକର୍ତ୍ତାଙ୍କୁ ଏ ସମ୍ପର୍କରେ ଖବର ଦେବା ପରେ ସେମାନେ ମାଛୁଆତି ଗଁାରେ ପହଞ୍ଚତ୍ ସେହି ଗୋରୁଙ୍କୁ ଗୋଶାଳାରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri