କୋଲ୍‌କାତାରୁ ଆସିବ ସିବିଆଇ ଟିମ୍‌

ଭୁବନେଶ୍ୱର,୨୫।୨(ବ୍ୟୁରୋ):ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ସିବିଆଇ ଜୋରଦାର ପ୍ରୟାସ ଚଳାଇଛି। ଦିନେ କି ଦୁଇଦିନ ମଧ୍ୟରେ ବିବନଙ୍କୁ ରିମାଣ୍ଡରେ ନେଇ ସିବିଆଇ ମାରାଥନ ଜେରା ଆରମ୍ଭ କରିବ। ବିବନ ଓଡ଼ିଶାରୁ ଫେରାର ପଛରେ କିଏ ମୁଖ୍ୟ ଭୂମିକା ନିଭାଇଥିଲେ, ପୁଣେରେ କେମିତି ନକଲି ପରିଚୟପତ୍ର ପ୍ରସ୍ତୁତ କରିଥିଲେ, ଘର ସହ କେମିତି ସମ୍ପର୍କ ରଖିଥିଲେ ସେସମ୍ପର୍କରେ ସିବିଆଇ ତଥ୍ୟ ହାସଲ କରିବ। ଏନେଇ ଏକ ଅତିରିକ୍ତ ଚାର୍ଜଶିଟ୍‌ ପ୍ରସ୍ତୁତ କରିବା ପାଇଁ ପ୍ରାଥମିକ ପର୍ଯ୍ୟାୟରେ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଛି। ଆସନ୍ତା ୨ ଦିନ ମଧ୍ୟରେ କୋଲକାତାରୁ ସିବିଆଇର ଏକ ଉଚ୍ଚସ୍ତରୀୟ ଟିମ୍‌ ଭୁବନେଶ୍ୱର ଆସିବ। ଏହାପରେ ସେମାନେ ଭୁବନେଶ୍ୱର ସିବିଆଇ ଟିମ୍‌ ସହିତ ମାମଲା ସମ୍ପର୍କରେ ଆଲୋଚନା କରିବେ। କିଭଳି ଘଟଣାର ତଦନ୍ତ ପ୍ରକ୍ରିୟାକୁ ଆଗକୁ ବଢ଼ାଯିବ, ସେନେଇ ଏକ ବୈଠକ କରାଯିବ। ସେହିପରି ବିବନଙ୍କ ସମ୍ପର୍କରେ ଅଧିକ ତଥ୍ୟ ହାସଲ କରିବା ପାଇଁ ସିବିଆଇ କମିଶନରେଟ୍‌ ପୋଲିସର ଆବଶ୍ୟକୀୟ ସାହାଯ୍ୟ ନେବ ବୋଲି ଜଣାପଡ଼ିଛି। ଅନ୍ୟପକ୍ଷରେ ଗିରଫ ବିବନ ଏବେ ଝାରପଡ଼ା ଜେଲ୍‌ରେ ରହିଥିବାରୁ ସେଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
ପ୍ରକାଶ ଯେ, ୧୯୯୯ ଜାନୁଆରୀ ୯ ତାରିଖରେ କଟକ-ବାରଙ୍ଗ ରାସ୍ତାରେ ଅଞ୍ଜନା ମିଶ୍ରଙ୍କୁ ୩ଜଣ ଦୁର୍ବୃତ୍ତ ଗଣବଳାତ୍କାର କରିଥିଲେ। ଏହି ଘଟଣାରେ ୨ ଜଣ ଗିରଫ ହୋଇଥିବାବେଳେ, ମୁଖ୍ୟ ଅଭିଯୁକ୍ତ ବିବନ ଫେରାର ହୋଇଯାଇଥିଲା। ତେବେ ପୁଣେ ଅଞ୍ଚଳଳରେ ପରିଚୟ ବଦଳାଇ ରହୁଥିଲା ଅଭିଯୁକ୍ତ ବିବନ। ଦୀର୍ଘ ୨୨ ବର୍ଷ ପରେ କୋର୍ଟ ଓ୍ବାରେଣ୍ଟ ବଳରେ କମିଶନରେଟ୍‌ ପୋଲିସ ଅଭିଯୁକ୍ତ ବିବନଙ୍କୁ ଗିରଫ କରିବାରେ ସଫଳ ହୋଇଛି। ବିବନଙ୍କ ଘର ବାରଙ୍ଗ ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା ହେଲା ଭାଜପା ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ। ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର...

ଯାଜପୁର ବସ୍‌ ଦୁର୍ଘଟଣାର କାରଣ ଜଣାପଡିଲା: ଏମିତି ହୋଇଥିଲା ଦୁର୍ଘଟଣା

ଭୁବନେଶ୍ୱର,୧୫ା୪: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟ ଓଭରବ୍ରିଜ୍‌ରୁ ‘କାଳିଆନନା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌...

ମରୀଚି କୁଣ୍ଡ ପାଣି ନିଲାମ: ଏତିକି ଟଙ୍କା ଦେଇ ପ୍ରଥମ ଗରାପାଣି କିଣିଲେ ଏହି ମହିଳା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ସୋମବାର ବିଳମ୍ବିତ ରାତିରେ ଏହି...

ସିଝୁଛି ସାରା ଓଡ଼ିଶା: ସକାଳ ୮ ସୁଦ୍ଧା ତାପମାତ୍ରା ୩୪ ପାର୍‌

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା। ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ...

ପ୍ରାର୍ଥୀଙ୍କୁ ଅଡୁଆ ପ୍ରଚଣ୍ଡ ଖରା

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର):ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାସେରୁ କମ୍‌ ସମୟ ରହିଲା। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାୟ...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତା ସମସ୍ତେ ଜାଣିଛନ୍ତି: ବିଜେଡି

ଭୁବନେଶ୍ୱର,୧୬ା୪(ଅନିଲ ଦାସ):କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତାକୁ ସମସ୍ତେ ଜାଣିଛନ୍ତି। ଢେଙ୍କାନାଳ, ଅନୁଗୋଳ ଓ ଦେବଗଡ଼ ଜିଲାରେ ସେ ଗୋଟିଏ ଜାତୀୟ ଦକ୍ଷତା ବିକାଶ କେନ୍ଦ୍ର...

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର...

ଏହି କାରଣରୁ ଅଟକିଛି ଭାଜପା ପ୍ରାର୍ଥୀ ଘୋଷଣା

ପାଟଣା,୧୬ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ବିଧାୟକ ଜଗନ୍ନାଥ ନାଏକଙ୍କୁ ବିଜେଡି ପ୍ରାର୍ଥୀ କରିଛି। କଂଗ୍ରେସ ରବିବାର ଏଠାରୁ ୫ଥର ପ୍ରତିନିଧିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri