କୋଲ୍‌କାତାରୁ ଆସିବ ସିବିଆଇ ଟିମ୍‌

ଭୁବନେଶ୍ୱର,୨୫।୨(ବ୍ୟୁରୋ):ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ସିବିଆଇ ଜୋରଦାର ପ୍ରୟାସ ଚଳାଇଛି। ଦିନେ କି ଦୁଇଦିନ ମଧ୍ୟରେ ବିବନଙ୍କୁ ରିମାଣ୍ଡରେ ନେଇ ସିବିଆଇ ମାରାଥନ ଜେରା ଆରମ୍ଭ କରିବ। ବିବନ ଓଡ଼ିଶାରୁ ଫେରାର ପଛରେ କିଏ ମୁଖ୍ୟ ଭୂମିକା ନିଭାଇଥିଲେ, ପୁଣେରେ କେମିତି ନକଲି ପରିଚୟପତ୍ର ପ୍ରସ୍ତୁତ କରିଥିଲେ, ଘର ସହ କେମିତି ସମ୍ପର୍କ ରଖିଥିଲେ ସେସମ୍ପର୍କରେ ସିବିଆଇ ତଥ୍ୟ ହାସଲ କରିବ। ଏନେଇ ଏକ ଅତିରିକ୍ତ ଚାର୍ଜଶିଟ୍‌ ପ୍ରସ୍ତୁତ କରିବା ପାଇଁ ପ୍ରାଥମିକ ପର୍ଯ୍ୟାୟରେ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଛି। ଆସନ୍ତା ୨ ଦିନ ମଧ୍ୟରେ କୋଲକାତାରୁ ସିବିଆଇର ଏକ ଉଚ୍ଚସ୍ତରୀୟ ଟିମ୍‌ ଭୁବନେଶ୍ୱର ଆସିବ। ଏହାପରେ ସେମାନେ ଭୁବନେଶ୍ୱର ସିବିଆଇ ଟିମ୍‌ ସହିତ ମାମଲା ସମ୍ପର୍କରେ ଆଲୋଚନା କରିବେ। କିଭଳି ଘଟଣାର ତଦନ୍ତ ପ୍ରକ୍ରିୟାକୁ ଆଗକୁ ବଢ଼ାଯିବ, ସେନେଇ ଏକ ବୈଠକ କରାଯିବ। ସେହିପରି ବିବନଙ୍କ ସମ୍ପର୍କରେ ଅଧିକ ତଥ୍ୟ ହାସଲ କରିବା ପାଇଁ ସିବିଆଇ କମିଶନରେଟ୍‌ ପୋଲିସର ଆବଶ୍ୟକୀୟ ସାହାଯ୍ୟ ନେବ ବୋଲି ଜଣାପଡ଼ିଛି। ଅନ୍ୟପକ୍ଷରେ ଗିରଫ ବିବନ ଏବେ ଝାରପଡ଼ା ଜେଲ୍‌ରେ ରହିଥିବାରୁ ସେଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
ପ୍ରକାଶ ଯେ, ୧୯୯୯ ଜାନୁଆରୀ ୯ ତାରିଖରେ କଟକ-ବାରଙ୍ଗ ରାସ୍ତାରେ ଅଞ୍ଜନା ମିଶ୍ରଙ୍କୁ ୩ଜଣ ଦୁର୍ବୃତ୍ତ ଗଣବଳାତ୍କାର କରିଥିଲେ। ଏହି ଘଟଣାରେ ୨ ଜଣ ଗିରଫ ହୋଇଥିବାବେଳେ, ମୁଖ୍ୟ ଅଭିଯୁକ୍ତ ବିବନ ଫେରାର ହୋଇଯାଇଥିଲା। ତେବେ ପୁଣେ ଅଞ୍ଚଳଳରେ ପରିଚୟ ବଦଳାଇ ରହୁଥିଲା ଅଭିଯୁକ୍ତ ବିବନ। ଦୀର୍ଘ ୨୨ ବର୍ଷ ପରେ କୋର୍ଟ ଓ୍ବାରେଣ୍ଟ ବଳରେ କମିଶନରେଟ୍‌ ପୋଲିସ ଅଭିଯୁକ୍ତ ବିବନଙ୍କୁ ଗିରଫ କରିବାରେ ସଫଳ ହୋଇଛି। ବିବନଙ୍କ ଘର ବାରଙ୍ଗ ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri