Posted inଜାତୀୟ

ଜାରି ରହିବ ସିବିଆଇ ତଦନ୍ତ

ନୂଆଦିଲ୍ଲୀ, ୧୨।୩: ସନ୍ଦେଶଖାଲି ମାମଲାରେ କେନ୍ଦ୍ରୀୟ ଅନୁସନ୍ଧାନକାରୀ ବ୍ୟୁରୋ(ସିବିଆଇ)ର ତଦନ୍ତ ବିରୋଧରେ ସୁପ୍ରିିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ପଶ୍ଚିମବଙ୍ଗ ସରକାରଙ୍କୁ ସୋମବାର ଝଟକା ଲାଗିଛି। ସନ୍ଦେଶଖାଲିରେ ଗତ ଜାନୁଆରୀ ୫ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଟିମ୍‌ ଉପରେ ହେଇଥିବା ଆକ୍ରମଣ ମାମଲାରେ ସିବିଆଇ ଯାଞ୍ଚ ନେଇ ପୂର୍ବରୁ କାଲ୍‌କାଟା ହାଇକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ଶାହାଜାହାନ ଶେଖ୍‌ଙ୍କ ହେପାଜତକୁ ସିବିଆଇକୁ ହସ୍ତାନ୍ତର କରିବା ନେଇ ପୂର୍ବରୁ କାଲ୍‌କାଟା ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ହସ୍ତକ୍ଷେପ କରିବାକୁ ଜଷ୍ଟିସ ବି. ଆର୍‌. ଗବାଇ ଓ ଜଷ୍ଟିସ ସନ୍ଦୀପ ମେହେଟ୍ଟାଙ୍କୁ ନେଇ ଗଠିତ ଖଣ୍ଡପୀଠ ଅସ୍ବୀକାର କରିଛନ୍ତି। ୫୦ ଦିନ ଧରି ମାମଲାର ମୁଖ୍ୟ ଅଭିଯୁକ୍ତ ଶାଜହାନ ଶେଖ୍‌ଙ୍କୁ ଧରିବାକୁ ରାଜ୍ୟ ପୋଲିସ କାହିଁକି ବିଫଳ ହୋଇଥିଲା ବୋଲି ଶୁଣାଣି ସମୟରେ ସର୍ବୋଚ୍ଚ ଅଦାଲତ ପ୍ରଶ୍ନ କରିଛନ୍ତି। ତେବେ ଉଚ୍ଚ ନ୍ୟାୟାଳୟଙ୍କ ରାୟରେ ରାଜ୍ୟ ପୋଲିସ ଓ ସରକାରଙ୍କ ବିରୋଧରେ ଦିଆଯାଇଥିବା କଡ଼ା ମନ୍ତବ୍ୟକୁ ହଟାଇବାକୁ ସର୍ବୋଚ୍ଚ କୋର୍ଟ ସହମତି ପ୍ରଦାନ କରିଛନ୍ତି। ବର୍ତ୍ତମାନ ବସିର୍‌ହାଟ୍‌ ସବ୍‌ଡିଭିଜନାଲ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ମାମଲାର ମୁଖ୍ୟ ଅଭିଯୁକ୍ତ ଶାଜହାନ ଶେଖ୍‌ ୪ ଦିନିଆ ସିବିଆଇ ହେପାଜତରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?