Posted inଜାତୀୟ

ବାପପୁଅଙ୍କ ହାଜତ ମୃତ୍ୟୁର ସିବିଆଇ ତଦନ୍ତ ହେବ

ସଲେମ,୨୯ା୬(ପି.ଟି.): ତାମିଲନାଡୁର ଟୁଟିକୋରିନ ଜିଲାରେ ବାପପୁଅଙ୍କ ହାଜତ ମୃତ୍ୟୁ ମାମଲାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କରିବ। ଏହି ମାମଲାକୁ ରାଜ୍ୟ ସରକାର ସିବିଆଇକୁ ସ୍ଥାନାନ୍ତର କରିଥିବା ରବିବାର ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସ୍ବାମୀ ସୂଚନା ଦେଇଛନ୍ତି।
ଲକ୍‌ଡାଉନବେଳେ ଗତ ୧୯ ତାରିଖରେ ଟୁଟିକୋରିନର ସଥନକୁଲମ୍‌ରେ ପି. ଜୟରାଜ (୫୯) ଓ ତାଙ୍କ ପୁଅ ଜେ. ବେନିକ୍ସ ଏହାକୁ ନ ମାନି ମୋବାଇଲ୍‌ ଦୋକାନ ଖୋଲିଥିଲେ। ପୋଲିସ ଉଭୟଙ୍କୁ ଥାନାକୁ ନେଇ ପଚରାଉଚରା କରିଥିଲା। ଏହାସହ ହାଜତରେ ଦୁହିଁଙ୍କୁ ନିସ୍ତୁକ ମାଡ଼ ମାରିଥିଲା। ବେନିକ୍ସଙ୍କୁ ୨୨ ତାରିଖରେ ରକ୍ତାକ୍ତ ଅବସ୍ଥାରେ କୋଭପଟ୍ଟି ହସ୍ପିଟାଲକୁ ନିଆଯାଇଥିବାବେଳେ ସେଠାରେ ତାଙ୍କର ଜୀବନ ଚାଲିଯାଇଥିଲା। ପରଦିନ ବାପା ଜୟରାଜଙ୍କ ମଧ୍ୟ ମୃତ୍ୟୁ ଘଟିଥିଲା। ମୃତ୍ୟୁ ପାଇଁ ଦାୟୀ ୨ ସବ୍‌ ଇନ୍ସପେକ୍ଟର ବାଲାକ୍ରିଷ୍ଣନ୍‌ ଏବଂ ପି. ରଘୁଗଣେଶଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ହାଜତ ମୃତ୍ୟୁ ପାଇଁ ଏମ୍‌ଏନ୍‌ଏମ୍‌ ଅଧ୍ୟକ୍ଷ କମଲ ହାସନ ମୁଖ୍ୟମନ୍ତ୍ରୀଙ୍କୁ ଦାୟୀ କରିଛନ୍ତି। ରାଜନୀତି ଜୋର ଧରିବା ପରେ ରାଜ୍ୟ ସରକାର ବାଧ୍ୟହୋଇ ସିବିଆଇ ତଦନ୍ତ ସୁପାରିସ କରିଛନ୍ତି। ମୁଖ୍ୟମନ୍ତ୍ରୀ ପାଲାନିସ୍ବାମୀ କହିଛନ୍ତି, ସରକାରଙ୍କ ନିଷ୍ପତ୍ତି ସମ୍ପର୍କରେ ମାଡ୍ରାସ ହାଇକୋର୍ଟଙ୍କୁ ଅବଗତ କରାଯିବ। ହାଇକୋର୍ଟଙ୍କ ଅନୁମୋଦନ ପରେ ସିବିଆଇକୁ ମାମଲା ହସ୍ତାନ୍ତର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା…

ସରକାରଙ୍କ ବଡ଼ ପ୍ଲାନ! ଖୁବଶୀଘ୍ର ବଦଳିବାକୁ ଯାଉଛି ପେଟ୍ରୋଲ ପକାଇବାର ନିୟମ…

ନୂଆଦିଲ୍ଲୀ,୨୮।୫: ଭାରତରେ ପେଟ୍ରୋଲ ପମ୍ପର ଗ୍ରାହକମାନେ ଖୁବ ଶୀଘ୍ର ବିଭିନ୍ନ ପ୍ରକାରର ଇଥାନଲ-ମିଶ୍ରିତ ପେଟ୍ରୋଲ ବାଛିବାର ବିକଳ୍ପ ପାଇପାରିବେ, ଯାହା ସେମାନଙ୍କର ର୍ନିଦ୍ଦିଷ୍ଟ ଯାନ ପାଇଁ ଉପଯୁକ୍ତ।…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

ଗୋଟିଏ ଫିଲ୍ମରୁ ରାତାରାତି ଷ୍ଟାର୍‌ ବନିଲେ ଏହି ୟଙ୍ଗ ଆକ୍ଟର; କେବଳ ଐଶ୍ୱର୍ଯ୍ୟା-ବିଜୟ ନୁହେଁ, ଶାହାରୁଖଙ୍କୁ ବି ପକାଇଲେ ପଛରେ…

ମୁମ୍ବାଇ: ଇଣ୍ଟରନେଟ ମୁଭି ଡାଟାବେସ (IMDb) ପକ୍ଷରୁ ଚଳିତ ସପ୍ତାହର ସବୁଠାରୁ ଲୋକପ୍ରିୟ ଭାରତୀୟ ସେଲିବ୍ରିଟିଙ୍କ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ବଡ଼ ବଡ଼ ସୁପରଷ୍ଟାରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri