Posted inରାଜ୍ୟ

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷରୁ ଏହି ନିୟମ ଲାଗୁ କରିବାକୁ ଶିକ୍ଷା ମନ୍ତ୍ରଣାଳୟ ଲକ୍ଷ୍ୟ ରଖିଥିବାବେଳେ ପିଲାଙ୍କୁ ଚାପ ମୁକ୍ତ ଏବଂ ଅଧିକ ସୁଯୋଗ ଦେବା ଉଦ୍ଦେଶ୍ୟରେ ଏପରି ଯୋଜନା କରାଯାଉଛି। ତେବେ ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା କିଭଳି ଅନୁଷ୍ଠିତ ହେବ, ତା’ ଉପରେ ସମସ୍ତ ପ୍ରକାରର ପଦକ୍ଷେପ ନେବାକୁ ଶିକ୍ଷା ମନ୍ତ୍ରଣାଳୟ ସିବିଏସ୍‌ଇକୁ କହିଛି। ଏଥିସହ ଆସନ୍ତା ମାସରେ ବୋର୍ଡ ସମସ୍ତ ସ୍କୁଲର ପ୍ରିନ୍ସିପାଲମାନଙ୍କ ସହ ଏ ସମ୍ପର୍କରେ କଥା ହେବ। ଦୁଇଥର ବୋର୍ଡ ପରୀକ୍ଷା ସମ୍ପର୍କରେ ସେମାନଙ୍କ ମତାମତ ମଧ୍ୟ ଗ୍ରହଣ କରାଯିବ। ଅନ୍ୟପକ୍ଷରେ ଏବେ ସେମିଷ୍ଟର ବ୍ୟବସ୍ଥା ପାଇଁ କୌଣସି ଯୋଜନା ନ ଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ୨୦୨୦ ଜାତୀୟ ଶିକ୍ଷା ନୀତି ଅଧୀନରେ ନୂତନ କରିକୁଲମ ଫ୍ରେମ୍‌ୱାର୍କ(ଏନ୍‌ସିଏଫ୍‌)ପ୍ରସ୍ତୁତ ହୋଇଛି। ଏହି ଏନ୍‌ସିଏଫ୍‌ରେ ବର୍ଷକୁ ଦୁଇ ଥର ସିବିଏସ୍‌ଇ ବୋର୍ଡ ପରୀକ୍ଷା ଆୟୋଜନର ମଧ୍ୟ ବ୍ୟବସ୍ଥା ରହିଥିବା ପୂର୍ବରୁ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଥିଲା। ସେହିଭଳି ଗତ ଫେବୃଆରୀ ୨୪ରେ ମଧ୍ୟ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା ହେବ ବୋଲି କହିଥିଲେ। ୨୦୨୫-୨୬ ଶିକ୍ଷା ବର୍ଷରୁ ଏହା ଲାଗୁ ହୋଇପାରେ ବୋଲି ସେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri